ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ, ଖୁବ୍‌ଶୀଘ୍ର ବିଜ୍ଞପ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ

0

ଭୁବନେଶ୍ବର: ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବା ପାଇଁ ଆଗାମୀ ୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ କରାଯିବ। ଏନେଇ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ନର୍ସିଂ ପଦବୀ ସହିତ ମେଡିକାଲ କ୍ଷେତ୍ରରେ ଆହୁରି ୫ ହଜାର ପଦବୀ ପାଇଁ ମଧ୍ୟ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ। ରାଜ୍ୟ ସରକାର ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ଅଧିକ ସୁସଂଗଠିତ ଓ ଲୋକମୁଖୀ କରିବା ପାଇଁ ନିରନ୍ତର ପ୍ରୟାସ କରୁଛନ୍ତି ବୋଲି ସେ କହିଛନ୍ତି।

ଏହାସହ ଶିଳ୍ପ ଓ ନିଯୁକ୍ତି କ୍ଷେତ୍ରରେ ମଧ୍ୟ ଓଡ଼ିଶା ପାଇଁ ଏକ ବଡ଼ ଖବର ରହିଛି। Intel ପକ୍ଷରୁ ଆଗାମୀ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ୨୮ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ଚୁକ୍ତି ସ୍ୱାକ୍ଷର ହୋଇଥିବା ସୂଚନା ମିଳିଛି। ଏହି ନିବେଶ ଫଳରେ ରାଜ୍ୟର ଯୁବକ ଓ ଯୁବତୀମାନଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ସରକାରଙ୍କ ଏହି ପଦକ୍ଷେପ ସ୍ୱାସ୍ଥ୍ୟସେବା ଓ ରୋଜଗାର କ୍ଷେତ୍ରରେ ରାଜ୍ୟକୁ ନୂଆ ଦିଗ ଦେବ ବୋଲି ମତ ପ୍ରକାଶ ପାଉଛି।

Leave A Reply

Your email address will not be published.