ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ରାଜ୍ୟରେ ବଢ଼ିପାରେ ଖରାଛୁଟି ଅବଧି

0

ଭୁବନେଶ୍ବର: ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଖରା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକର ଗ୍ରୀଷ୍ମ ଛୁଟି ଅବଧି ବଢ଼ିପାରେ। ଏନେଇ ଶୁକ୍ରବାର ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରାଜ୍ୟର ଖରା ସ୍ଥିତିକୁ ସମୀକ୍ଷା କରି ସ୍କୁଲ ଖୋଲିବା ସମ୍ପର୍କରେ ପୁନଃ ନିଷ୍ପତ୍ତି ନିଆଯିବ। ପୂର୍ବରୁ ସରକାର ଘୋଷଣା କରିଥିଲେ ଯେ ରାଜ୍ୟର ସମସ୍ତ ସ୍କୁଲ ଜୁନ୍ ୨୨ରେ ଖୋଲିବ। କିନ୍ତୁ ବର୍ତ୍ତମାନର ତାପପ୍ରବାହ ପରିସ୍ଥିତି ଦେଖି ଏହି ସମୟସୀମାରେ ପରିବର୍ତ୍ତନ ହୋଇପାରେ।

ପ୍ରବଳ ଗ୍ରୀଷ୍ମ ପ୍ରବାହ କାରଣରୁ ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟରେ ଆଗୁଆ ଗ୍ରୀଷ୍ମ ଛୁଟି ଘୋଷଣା କରାଯାଇଥିଲା। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୋହନ ଚରଣ ମାଝୀ ଏହି ପ୍ରସ୍ତାବକୁ ଅନୁମୋଦନ କରିଥିଲେ। ଏବେ ରାଜ୍ୟର ପାଣିପାଗ ଓ ଖରା ପରିସ୍ଥିତି ଉପରେ ନଜର ରଖି ସରକାର ସ୍କୁଲ ଖୋଲିବା ତାରିଖ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେବେ।

Leave A Reply

Your email address will not be published.