ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଗଞ୍ଜାମ,କଟକ, ଯାଜପୁର, ସୁନ୍ଦରଗଡ ଓ ଖୋର୍ଦ୍ଧାକୁ ଫୋକସ୍

0

ଆସନ୍ତାକାଲିଠାରୁ ଭୁବନେଶ୍ବରର ସମ୍‌, କିମ୍‌ସ ଓ କଟକର ଅଶ୍ବିନୀ ହସ୍‌ପିଟାଲରେ ପ୍ଲାଜମା ଥେରାପି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରିଥଲେ। ଏହି ବୈଠକରେ ମୁଖ୍ୟମନ୍ରୀେ କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଆରୋପ କରାଯାଇଥିଲା। ଏହାସହିତ ରାଜ୍ୟର ୫ଟି ଫୋକସ୍‌ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।କୋଭିଡ ଯୁଦ୍ଧରେ ଆଗରେ ରହି କାର୍ଯ୍ୟ କରୁଥିବା ଯୋଦ୍ଧା ମାନଙ୍କର ମନୋବଳକୁ ଉଚ୍ଚା ରଖିବା ପାଇଁ ସେମାନଙ୍କ ସହ ନିୟମିତ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନିଜେ ପ୍ରତିଦିନ ବିଭିନ୍ନ ଜିଲ୍ଲାର କୋଭିଡ ଯୋଦ୍ଧା ମାନଙ୍କ ସହିତ କଥାବାର୍ତ୍ତା କରୁଛନ୍ତି।

ଏହି ଅବସରରେ ପରୀକ୍ଷା ପାଇଁ ଅଧିକ ଲାବୋରେଟୋରି ଟେକନିସିଆନ ଓ ଅଧିକ ଆମ୍ବୁଲାନ୍‌ସ ମୁତୟନ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ମୃତ୍ୟୁବରଣ କରୁଥିବା କୋଭିଡ ରୋଗୀଙ୍କ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବରେ ସତ୍କାର କରାଯିବା ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଅନ୍ୟାନ୍ୟ ବିଷୟ ମାନଙ୍କ ଉପରେ କୋଭିଡ ଯୋଦ୍ଧା ମାନଙ୍କୁ ନିୟମିତ ତାଲିମ ଓ ଉତ୍ତମ ଖାଦ୍ୟ ଯୋଗାଣ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ।

ସମୀକ୍ଷାରୁ ଜଣାଯାଇଛି ଯେ ଗଞ୍ଜାମ,କଟକ, ଯାଜପୁର, ସୁନ୍ଦରଗଡ ଓ ଖୋର୍ଦ୍ଧା, ଏହି ୫ଟି ଜିଲ୍ଲାକୁ ଅଧିକ ପ୍ରବାସୀଙ୍କ ଆଗମନ ତଥା ଯିବାଆସିବା ବୃଦ୍ଧି କାରଣରୁ ପରିସ୍ଥିତି ଆହ୍ବାନମୂଳକ ରହିଛି। ତେଣୁ ଏହିସବୁ ଜିଲ୍ଲା ଉପରେ ଅଧିକ ଫୋକସ୍‌ କରାଯାଇ ପଦକ୍ଷେପ ନିଆଯାଇଛି।

ଗଞ୍ଜାମ ଜିଲ୍ଲାରେ ଅଧିକ ମାନବ ସମ୍ବଳ ସହିତ ଅଧିକ ଭେଣ୍ଟିଲେଟର, ଆମ୍ବୂଲାନ୍‌ସ, ଶଯ୍ୟା ଆଦିର ବ୍ୟବସ୍ଥା କରି ସମସ୍ତ ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ କୋଭିଡ ମୁକାବିଲା ପାଇଁ ଥିବା ସମସ୍ତ ନୀତି ଓ ନିର୍ଦ୍ଦେଶକୁ କଡାକଡି ପାଳନ କରାଯାଉଛି। ଗଞ୍ଜାମ ଜିଲ୍ଲାରେ ଥିବା ଆହ୍ବାନର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଦୈନିକ ୭୦୦୦ ପରୀକ୍ଷଣ କରାଯାଉଥିବା ବେଳେ ଆଗାମୀ ଏକ ସପ୍ତାହ ମଧ୍ୟରେ ଏହାକୁ ୯୦୦୦କୁ ବୃଦ୍ଧି କରାଯିବ। ଲୋକମାନେ ଯେପରି ସୁବିଧାରେ ଟେଷ୍ଟ କରିପାରିବେ, ସେଥିପାଇଁ ଅଧିକ ଘରୋଇ ଚିକିତ୍ସାଳୟକୁ ମଧ୍ୟ ଅନୁମତି ଦିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରକାଶ କରିଥିଲେ । ରାଜ୍ୟରେ ବିଶେଷତଃ କଟକ, ଭୁବନେଶ୍ବର ଓ ଗଞ୍ଜାମରେ ଥିବା କୋଭିଡ ଚିକିତ୍ସାଳୟରେ ଶଯ୍ୟା ଓ ଆଇ.ସି.ୟୁ ର କୌଣସି ଅଭାବ ନାହିଁ ବୋଲି ସେ ସ୍ପଷ୍ଟ କରିଦେଇଥିଲେ।

ଭବିଷ୍ୟତକୁ ଦୃଷ୍ଟିରେ ରଖି ଏହିସବୁ ସହର ମାନଙ୍କରେ ଆହୁରି ୨୦୦ ଆଇ.ସି.ୟୁ ବେଡ ସହିତ ଶଯ୍ୟା ସଂଖ୍ୟା ଆଗାମୀ ୭ ଦିନ ମଧ୍ୟରେ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଆଯାଇଛି। ପୁରୀ ସହରରେ ସେରୋ ସର୍ଭିଲାନ୍ସ ସଂପୂର୍ଣ୍ଣ ହୋଇଥିବା ବେଳେ ଭୂବନେଶ୍ବରରେ ଗୋଷ୍ଠୀ ସେରୋ ସର୍ଭିଲାନ୍ସ ସଂପୂର୍ଣ୍ଣ ହୋଇଛି । ତା ସହିତ ଅତି ସମ୍ବେଦନଶୀଲ ଲୋକଙ୍କର ସେରୋ ସର୍ଭିଲାନ୍ସ ଜାରି ରହିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସର୍ବଭାରତୀୟ ସ୍ତରରେ ସୁସ୍ଥତା ହାର ୬୩ ପ୍ରତିଶତ ଥିବାବେଳେ ଓଡିଶାରେ ଏହା ୬୪.୮୮ ପ୍ରତିଶତ ପହଞ୍ଚିଛି । ମୃତ୍ୟୁ ହାର ସର୍ବଭାରତୀୟ ସ୍ତରରେ ୨.୬ ଥିବାବେଳେ, ଓଡିଶାରେ ଏହା ୦.୫ ପ୍ରତିଶତରେ ରହିଛି। ଆକ୍ରାନ୍ତଙ୍କ ମଧ୍ୟରେ ଯୁବ ବର୍ଗଙ୍କ ସଂଖ୍ୟା ୬୬ ପ୍ରତିଶତ ବୋଲି ଜଣାଯାଇଛି। ଆସନ୍ତାକାଲି ଠାରୁ ରାଜ୍ୟରେ ପ୍ଲାଜମା ଥେରାପି ଭୁବନେଶ୍ବରର ସମ୍‌, କିମ୍‌ସ ଓ କଟକର ଅଶ୍ବିନୀ ହସ୍‌ପିଟାଲରେ ଆରମ୍ଭ କରାଯିବ। କଟକ ବଡ଼ ମେଡିକାଲ ପ୍ଲାଜମା ଥେରାପିର ନୋଡାଲ ସେଣ୍ଟର ଭାବରେ କାମ କରିବ ବୋଲି ସୂଚନା ଦିଆଯାଇଥିଲା ।

ରାଜ୍ୟର ବିଭିନ୍ନ ପଞ୍ଚାୟତରେ ଖୋଲାଯାଇଥିବା କୋଭିଡ କେୟାର ହୋମ୍‌ ଏବଂ କ୍ଲଷ୍ଟର ଅସ୍ଥାୟୀ କେନ୍ଦ୍ର ସଂପର୍କରେ ସୂଚନା ଦେଇ ପଞ୍ଚାୟତରାଜ ପ୍ରମୁଖ ସଚିବ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ୬୧,୪୧୦ ଶଯ୍ୟା ବିଶିଷ୍ଟ ୬୧୨୮ଟି କୋଭିଡ କେୟାର ହୋମ ଖୋଲାଯାଇଥିବା ବେଳେ ସେଥିରେ ମାତ୍ର ୪୨୬ ଜଣ ରହିଛନ୍ତି। ସେହିପରି ୪୭୯୧୯ ଶଯ୍ୟା ବିଷିଷ୍ଟ ୧୧୮୩ କ୍ଲଷ୍ଟର ଟିଏମସି ଖୋଲାଯାଇଥିବା ବେଳେ ସେଗୁଡିକରେ ୧୮୧୫୩ ଜଣ ରହିଛନ୍ତି। ବିଭିନ୍ନ ସହରାଞ୍ଚଳରେ ୬୨୦୦ ଶଯ୍ୟା ବିଶିଷ୍ଟ ୧୭୫ଟି କୋଭିଡ କେୟାର ସେଣ୍ଟର ଖୋଲା ଯାଇଥିବା ବେଳେ ସେଥିରେ ବର୍ତ୍ତମାନ ୪୧ ଜଣ ଚିକିତ୍ସିତ ହେଉଛନ୍ତି। ସହରାଞ୍ଚଳରେ ୬୦ ହଜାର ଶଯ୍ୟା ବିଶିଷ୍ଟ ୮୧୪ଟି ଟିଏମସିରେ ୩୯୪୫ ଜଣ ରହିଛନ୍ତି ବୋଲି ଜଣାପଡିଛି ।

ଗ୍ରାମ କଲ୍ୟାଣ ସମିତି ସ୍ତରରେ ସରପଞ୍ଚ, ଆଶାକର୍ମୀ ଓ ଅଙ୍ଗନବାଡୀ କର୍ମଚାରୀଙ୍କୁ ମିଶାଇ ୫ ଲକ୍ଷରୁ ଅଧିକ କୋଭିଡ ଯୋଦ୍ଧାଙ୍କୁ ଇତି ମଧ୍ୟରେ ତାଲିମ ପ୍ରଦାନ କରାଯାଇଛି। ଏହାସହିତ ଅଣ-କୋଭିଡ ହସ୍‌ପିଟାଲରେ କାର୍ଯ୍ୟ କରିଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ମଧ୍ୟ ସୁରକ୍ଷା ତାଲିମ ଦିଆଯାଉଛି । ସେହିପରି ପୂର୍ବରୁ ଟିଏମସିରେ ରହିଥିବା ୩.୨ ଲକ୍ଷ ପ୍ରବାସୀ ମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି ଏବଂ ସେମାନେ କୋଭିଡ୍ ସ୍ବେଚ୍ଛାସେବୀ ଭାବରେ କାର୍ଯ୍ୟ କରିପାରିବେ।

ରାଜ୍ୟ ସରକାରଙ୍କର ନିଷ୍ପତ୍ତିକ୍ରମେ ସ୍ବଳ୍ପ ଲକ୍ଷଣଯୁକ୍ତ ରୋଗୀ ମାନଙ୍କୁ ଏଣିକି ଘରେ ରହି ଚିକିତ୍ସା ପାଇଁ ଅନୁମତି ଦିଆଯିବ। ତା ସହିତ ବିଭିନ୍ନ କର୍ପୋରେଟ ସଂସ୍ଥା ଗୁଡିକୁ ମଧ୍ୟ ସିସିସି ଖୋଲିବାକୁ ମଧ୍ୟ ଅନୁମତି ଦିଆଯିବ। ତେଣୁ ଏଗୁଡିକର ପରିଚାଳନାକୁ ଉପଯୁକ୍ତ ଭାବରେ ତଦାରଖ କରିବା ସହିତ ସେଗୁଡିକ ମଧ୍ୟ ମୋ ସରକାର ଅଧୀନରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ପୋଲିସ ମହାନିର୍ଦ୍ଦେଶକ କହିଥିଲେ କୋଭିଡ ନିୟମାବଳୀର ଅନୁପାଳନକୁ କଡାକଡି କରାଯାଇଛି। ଉଲଂଘନ ପାଇଁ ସାରା ରାଜ୍ୟରେ ୬୯୧୯ଟି ମାମଲା ରୁଜୁ କରାଯାଇଛି ଏବଂ ମାସ୍କ ଉଲଂଘନ ପାଇଁ ୪.୫ କୋଟି ଟଙ୍କା ଏବଂ ସାମାଜିକ ଦୂରତ୍ବ ଉଲଂଘନ ପାଇଁ ୬୩ ଲକ୍ଷ ଟଙ୍କା ଜୋରିମାନା ଆଦାୟ କରାଯାଇଛି । ଏହାଛଡା ଅନ୍ୟାନ୍ୟ ଉଲଂଘନ ପାଇଁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି ସେ କହିଥିଲେ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଭିନ୍ନ ଜିଲ୍ଲାର କୋଭିଡ ପର୍ଯ୍ୟବେକ୍ଷକଙ୍କ ସହିତ ସେମାନଙ୍କ ଜିଲ୍ଲାରେ କୋଭିଡ ସ୍ଥିତି, ଚିକିତ୍ସା ସୁବିଧା, ପରୀକ୍ଷଣ ଓ ଗୋଷ୍ଠୀ ସମନ୍ବୟ ସଂପର୍କରେ ପଚାରି ବୁଝିଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିସନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଏବଂ ବିଭିନ୍ନ ବିଭାଗର ଶାସନ ସଚିବ ଓ କୋଭିଡ ପର୍ଯ୍ୟବେକ୍ଷକ ମାନେ ଯୋଗ ଦେଇଥିଲେ।

Leave A Reply

Your email address will not be published.