ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’

0

ଭୁବନେଶ୍ବର: ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ ସୋମବାର ଭୁବନେଶ୍ୱର ରେଳ ଷ୍ଟେସନରୁ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଏହି ବିଶେଷ ଯାତ୍ରାର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉପସ୍ଥିତ ରହି ଯାତ୍ରାରେ ସାମିଲ ହୋଇଥିବା ଶ୍ରଦ୍ଧାଳୁମାନଙ୍କୁ ସ୍ୱାଗତ ଜଣାଇଥିଲେ। ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ପ୍ରାୟ ଏକ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କୁ ସୋମନାଥ ଦର୍ଶନ ପାଇଁ ସ୍ୱତନ୍ତ୍ର ଟ୍ରେନ୍‌ ଯୋଗେ ଗୁଜୁରାଟ ପଠାଯାଇଛି।
ସାତ ଦିନିଆ ଏହି ଆଧ୍ୟାତ୍ମିକ ଯାତ୍ରାରେ ଶ୍ରଦ୍ଧାଳୁମାନେ ଗୁଜୁରାଟର ପ୍ରସିଦ୍ଧ ସୋମନାଥ ମନ୍ଦିର ଦର୍ଶନ ସହ ବିଭିନ୍ନ ଧାର୍ମିକ ସ୍ଥାନ ଭ୍ରମଣ କରିବେ। ଯାତ୍ରା ଶେଷ ପରେ ସେମାନେ ପୁନର୍ବାର ଓଡ଼ିଶାକୁ ଫେରିବେ।

ରାଜ୍ୟ ସରକାରଙ୍କ ଏହି ପଦକ୍ଷେପ ମାଧ୍ୟମରେ ଶ୍ରଦ୍ଧାଳୁମାନଙ୍କୁ ଦେଶର ପ୍ରମୁଖ ତୀର୍ଥସ୍ଥଳ ଦର୍ଶନର ସୁଯୋଗ ମିଳୁଥିବାବେଳେ, ଏହାକୁ ନେଇ ଯାତ୍ରୀମାନଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଛି।

Leave A Reply

Your email address will not be published.