ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ

0

ଭୁବନେଶ୍ବର: ରାଜଧାନୀର ସୈନିକ ସ୍କୁଲ ରାସ୍ତାରେ ସୋମବାର ରାତିରେ ଏକ ଭୟଙ୍କର ସିରିଜ୍ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ କାର ରାସ୍ତା କଡ଼ରେ ଚା’ ପିଉଥିବା ୪ ଜଣଙ୍କୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଏକ ଅଟୋ ଓ ଏକାଧିକ ବାଇକ୍‌ ଉପରେ ଚଢ଼ିଯାଇଥିଲା।

ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଘଟଣା ପରେ ଅଞ୍ଚଳରେ ଅସ୍ଥିରତା ସୃଷ୍ଟି ହେବା ସହ ରାସ୍ତାରେ ଗାଡ଼ି ଚଳାଚଳ କିଛି ସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା।

ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିବାବେଳେ ଦୁର୍ଘଟଣାର କାରଣ ଓ କାର ଚାଳକଙ୍କ ଭୂମିକା ନେଇ ତଦନ୍ତ ଆରମ୍ଭ କରିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ, କାରଟି ଅତ୍ୟଧିକ ବେଗରେ ଚାଲୁଥିବାରୁ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା।

Leave A Reply

Your email address will not be published.