ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ନିଟ୍ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

0

ନୂଆ ଦିଲ୍ଲୀ: ନିଟ୍ (NEET) ପରୀକ୍ଷାକୁ ସୁରୁଖୁରୁ ଏବଂ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏନେଇ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ।

ପରୀକ୍ଷାର୍ଥୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ରକୁ ଯାତାୟାତ ପାଇଁ ପର୍ଯ୍ୟାପ୍ତ ବସ୍ ସେବା ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଜିଲ୍ଲାରେ ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିଛନ୍ତି। ପରୀକ୍ଷା ପରିଚାଳନାରେ ନିୟୋଜିତ ସୁପରଭାଇଜର, ପୋଲିସ ଅଧିକାରୀ ଓ ମାଜିଷ୍ଟ୍ରେଟମାନଙ୍କୁ ଠିକ୍ ସମୟରେ ନିଜ ଦାୟିତ୍ୱ ଗ୍ରହଣ କରିବା ସହ ନିଷ୍ଠାର ସହ କାର୍ଯ୍ୟ କରିବାକୁ କୁହାଯାଇଛି। କୌଣସି ପ୍ରକାରର ଅବହେଳା କିମ୍ବା ତ୍ରୁଟିକୁ ବରଦାସ୍ତ କରାଯିବ ନାହିଁ ବୋଲି ସରକାର ସ୍ପଷ୍ଟ ଚେତାବନୀ ଦେଇଛନ୍ତି। ଏହା ସହ ସମସ୍ତ ପରୀକ୍ଷା କେନ୍ଦ୍ରକୁ ପୂର୍ବରୁ ସାନିଟାଇଜ୍ କରିବା, ପରୀକ୍ଷାର୍ଥୀଙ୍କ ପାଇଁ ପାନୀୟ ଜଳ ଏବଂ ଜରୁରୀକାଳୀନ ଚିକିତ୍ସା ସୁବିଧା ଉପଲବ୍ଧ କରାଇବାକୁ ମଧ୍ୟ ନିର୍ଦ୍ଦେଶ ରହିଛି।

ଅନ୍ୟପକ୍ଷରେ, ଆସନ୍ତା ଯୋଗ ଦିବସ କାର୍ଯ୍ୟକ୍ରମକୁ ସକାଳ ୮ଟା ସୁଦ୍ଧା ଶେଷ କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି, ଯାହାଦ୍ୱାରା ନିଟ୍ ପରୀକ୍ଷା ପରିଚାଳନାରେ କୌଣସି ବାଧା ସୃଷ୍ଟି ନହେବ। ନିଟ୍ ପରୀକ୍ଷାକୁ ନେଇ ପୂର୍ବରୁ ହୋଇଥିବା ବିବାଦ ପରେ ଏଥର ପରୀକ୍ଷାକୁ ସ୍ୱଚ୍ଛ, ନିରାପଦ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି।

Leave A Reply

Your email address will not be published.