ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ପିଏମ୍ ସୂର୍ଯ୍ୟ ଘର ଯୋଜନାରେ ସାମିଲ ହେବେ ଆଇଟିଆଇ ଛାତ୍ରଛାତ୍ରୀ

0

ଭୁବନେଶ୍ବର: ରାଜ୍ୟରେ ‘ପିଏମ୍ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’କୁ ଅଧିକ ସଫଳ କରିବା ପାଇଁ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଘର ଛାତ ଉପରେ ରୁଫଟପ୍ ସୋଲାର ବ୍ୟବସ୍ଥା ସ୍ଥାପନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଏବେ ଆଇଟିଆଇ ଛାତ୍ରଛାତ୍ରୀଙ୍କୁ ଏହି ଅଭିଯାନରେ ସାମିଲ କରାଯିବ।
ସୋଲାର ପ୍ୟାନେଲ ସ୍ଥାପନ ଏବଂ ଏହାର ରକ୍ଷଣାବେକ୍ଷଣ କ୍ଷେତ୍ରରେ ଦକ୍ଷ କର୍ମଚାରୀଙ୍କ ଚାହିଦା ଦିନକୁ ଦିନ ବଢ଼ୁଥିବାରୁ ସରକାର ଏହି ପଦକ୍ଷେପ ନେଇଛନ୍ତି। ଏହି ଆବଶ୍ୟକତା ପୂରଣ ପାଇଁ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ସ୍ୱତନ୍ତ୍ର ସଚେତନତା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ।

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶ ଜାରି କରାଯାଇଛି। ପ୍ରଶିକ୍ଷଣ ମାଧ୍ୟମରେ ଛାତ୍ରଛାତ୍ରୀମାନେ ସୋଲାର ପ୍ୟାନେଲ ସ୍ଥାପନ, ରକ୍ଷଣାବେକ୍ଷଣ ଓ ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରର ବିଭିନ୍ନ ବୈଷୟିକ ଦକ୍ଷତା ହାସଲ କରିପାରିବେ। ଏହି ପଦକ୍ଷେପ ଦ୍ୱାରା ଏକପଟେ ରାଜ୍ୟରେ ରୁଫଟପ୍ ସୋଲାର ପ୍ରକଳ୍ପର କାର୍ଯ୍ୟାନ୍ୱୟନ ତ୍ୱରାନ୍ୱିତ ହେବ, ଅନ୍ୟପଟେ ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ରୋଜଗାର ସୁଯୋଗ ସୃଷ୍ଟି ହେବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.