ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଷ୍ଟ୍ରିଟ୍ ଭେଣ୍ଡରଙ୍କୁ ବଡ଼ ଆଶ୍ୱସ୍ତି: ପିଏମ୍ ସ୍ୱନିଧି ଋଣରେ ଷ୍ଟାମ୍ପ ଡ୍ୟୁଟି ସମ୍ପୂର୍ଣ୍ଣ ଛାଡ଼

0

ଭୁବନେଶ୍ବର: ରାଜ୍ୟର ରାସ୍ତାକଡ଼ ବ୍ୟବସାୟୀ (ଷ୍ଟ୍ରିଟ୍ ଭେଣ୍ଡର) ମାନଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ରିହାତି ଘୋଷଣା କରିଛନ୍ତି। ପିଏମ୍ ସ୍ୱନିଧି (ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ୍ ଭେଣ୍ଡର୍ସ ଆତ୍ମନିର୍ଭର ନିଧି) ଯୋଜନା ଅଧୀନରେ ମଞ୍ଜୁର ହେଉଥିବା ସମସ୍ତ ତିନୋଟି ପର୍ଯ୍ୟାୟର ଋଣ ଉପରେ ଲାଗୁଥିବା ଷ୍ଟାମ୍ପ ଡ୍ୟୁଟିକୁ ସମ୍ପୂର୍ଣ୍ଣ ଛାଡ଼ କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଥିବା ଆଦେଶ ଅନୁଯାୟୀ, ପିଏମ୍ ସ୍ୱନିଧି ଯୋଜନାର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଋଣ କିସ୍ତି ସହ ଜଡ଼ିତ ହାଇପୋଥିକେସନ୍ ଚୁକ୍ତିପତ୍ର ଉପରେ କୌଣସି ଷ୍ଟାମ୍ପ ଶୁଳ୍କ ଆଦାୟ କରାଯିବ ନାହିଁ। ଭାରତୀୟ ଷ୍ଟାମ୍ପ ଆଇନ, ୧୮୯୯ର ଧାରା ୯(୧)(କ) ଅନୁଯାୟୀ ଏହି ନିଷ୍ପତ୍ତି ନିଆଯାଇଛି।

ଏହି ପଦକ୍ଷେପ ଦ୍ୱାରା ଷ୍ଟ୍ରିଟ୍ ଭେଣ୍ଡରମାନଙ୍କ ଋଣ ନେବା ଖର୍ଚ୍ଚ ହ୍ରାସ ପାଇବ ଏବଂ ସେମାନେ ଔପଚାରିକ ବ୍ୟାଙ୍କିଙ୍ଗ ବ୍ୟବସ୍ଥା ମାଧ୍ୟମରେ ଅଧିକ ସହଜରେ ଋଣ ସୁବିଧା ପାଇପାରିବେ। ଏହା ଛୋଟ ବ୍ୟବସାୟୀମାନଙ୍କ ଆର୍ଥିକ ସଶକ୍ତିକରଣ ଓ ଜୀବିକାର ବିକାଶରେ ସହାୟକ ହେବ ବୋଲି ସରକାର ଆଶା ପ୍ରକାଶ କରିଛନ୍ତି।

ଉଲ୍ଲେଖଯୋଗ୍ୟ, କୋଭିଡ୍-୧୯ ମହାମାରୀ ପରେ ପ୍ରଭାବିତ ହୋଇଥିବା ରାସ୍ତାକଡ଼ ବ୍ୟବସାୟୀମାନଙ୍କୁ ପୁନର୍ବାସ ଓ ଆର୍ଥିକ ସହାୟତା ଯୋଗାଇବା ପାଇଁ କେନ୍ଦ୍ର ସରକାର ପିଏମ୍ ସ୍ୱନିଧି ଯୋଜନା ଆରମ୍ଭ କରିଥିଲେ। ରାଜ୍ୟ ସରକାରଙ୍କ ଏହି ନୂଆ ନିଷ୍ପତ୍ତି ଯୋଜନାର ଲାଭାର୍ଥୀଙ୍କୁ ଅଧିକ ଉତ୍ସାହିତ କରିବ ବୋଲି ମତ ପ୍ରକାଶ ପାଇଛି।

Leave A Reply

Your email address will not be published.