ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ

0

ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସକାଳୁଆ ସ୍କୁଲ ବ୍ୟବସ୍ଥା ଘୋଷଣା କରିଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଜୁନ୍ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସ୍କୁଲରେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ। ଛାତ୍ରଛାତ୍ରୀଙ୍କୁ ଖରାର ପ୍ରକୋପରୁ ସୁରକ୍ଷିତ ରଖିବା ଏବଂ ଦିନର ଉଚ୍ଚ ତାପମାତ୍ରା ସମୟକୁ ଏଡ଼ାଇବା ପାଇଁ ଏହି ପଦକ୍ଷେପ ନିଆଯାଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ରାଜ୍ୟରେ ତୀବ୍ର ଗ୍ରୀଷ୍ମ ପ୍ରବାହ ଯୋଗୁଁ ସରକାର ମେ’ ୧୨ରୁ ଜୁନ୍ ୧୮ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରିଥିଲେ। ଛୁଟି ଶେଷ ହେବା ପରେ ମଧ୍ୟ ଗରମର ପ୍ରଭାବ ଜାରି ରହିଥିବାରୁ ଖୋର୍ଦ୍ଧା ଜିଲ୍ଲାରେ ସକାଳୁଆ ସ୍କୁଲ ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.