ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ

0

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ଦେଇଥିଲେ ବିବାଦୀୟ ମନ୍ତବ୍ୟ

ତାମିଲନାଡୁ: ତାମିଲନାଡୁରେ ରାଜନୈତିକ ବିବାଦ ତୀବ୍ର ହୋଇଛି। ଟିଭିକେ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେବା ଅଭିଯୋଗରେ ଡିଏମକେ ବିଧାୟକ ଅନିତା ଆର୍. ରାଧାକୃଷ୍ଣନଙ୍କୁ ଶୁକ୍ରବାର ତାମିଲନାଡୁ ପୁଲିସ ଗିରଫ କରିଛି।

ଅଭିଯୋଗ ଅନୁଯାୟୀ, ଗତ ଜୁନ୍ ୨୦ ତାରିଖରେ ଅଥୁରରେ ପୂର୍ବତନ ମୁଖ୍ୟମନ୍ତ୍ରୀ କରୁଣାନିଧିଙ୍କ ଜୟନ୍ତୀ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଷଣ ଦେବା ସମୟରେ ରାଧାକୃଷ୍ଣନ ବିଜୟଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଗିରଫ ଆଶଙ୍କାରେ ସେ ମାଡ୍ରାସ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ। ତେବେ ଶୁକ୍ରବାର କୋର୍ଟ ତାଙ୍କ ଆବେଦନ ଖାରଜ କରିବା ପରେ ପୁଲିସ ତାଙ୍କୁ ଗିରଫ କରିଥିଲା। ଗିରଫ ସମୟରେ ଡିଏମକେ କର୍ମୀମାନେ ପୁଲିସ କାର୍ଯ୍ୟକଳାପକୁ ବିରୋଧ କରିବା ସହ ସରକାର ବିରୋଧରେ ସ୍ଲୋଗାନ ଦେଇଥିଲେ। ପରେ ରାଧାକୃଷ୍ଣନଙ୍କୁ ତିରୁଚେନ୍ଦୁର ନିକଟସ୍ଥ ଅଥୁର ଥାନାକୁ ନିଆଯାଇଥିଲା।

ଏହି ଘଟଣାକୁ ନେଇ ଡିଏମକେ ସାଂସଦ କାନିମୋଝୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ଟିଭିକେ ସରକାର ବିରୋଧୀ ନେତାମାନଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ହଇରାଣ କରୁଛି।

Leave A Reply

Your email address will not be published.