ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ବ୍ରାଉନସୁଗାର କାରବାରରେ ବାପ–ପୁଅ ଗିରଫ

0

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ କରାଯାଇଥିବା ବେଳେ ବିପୁଳ ପରିମାଣର ନିଶାଦ୍ରବ୍ୟ ଓ ଏକ ବିଳାସପୂର୍ଣ୍ଣ ଗାଡ଼ି ଜବତ କରାଯାଇଛି।

ସୂଚନା ଅନୁଯାୟୀ, ଅବକାରୀ ବିଭାଗର ସ୍ୱତନ୍ତ୍ର ଟିମ୍‌ ବଡ଼ଗଡ଼ ଥାନା ଅଧୀନ ମଇଁଷିଖାଲ ବସ୍ତି ଅଞ୍ଚଳରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ଅଭିଯୁକ୍ତମାନେ ଘରର କବାଟ ନ ଖୋଲିବାରୁ ଅବକାରୀ ଅଧିକାରୀମାନେ କବାଟ ଭାଙ୍ଗି ଘର ଭିତରକୁ ପ୍ରବେଶ କରିଥିଲେ। ପରେ ସେଠାରୁ ବାପ–ପୁଅଙ୍କୁ କାବୁ କରି ଗିରଫ କରାଯାଇଥିଲା। ତଲାସି ବେଳେ ସେମାନଙ୍କ ନିକଟରୁ ବ୍ରାଉନସୁଗାର ଜବତ ହୋଇଥିବା ବେଳେ ନିଶାଦ୍ରବ୍ୟ ଚାଲାଣରେ ବ୍ୟବହୃତ ହେଉଥିବା ଏକ ଦାମୀ ଗାଡ଼ିକୁ ମଧ୍ୟ ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ପରିମାଣ ଏବଂ ଏହାର ବଜାର ମୂଲ୍ୟ ନେଇ ଅବକାରୀ ବିଭାଗ ପକ୍ଷରୁ ଯାଞ୍ଚ ଜାରି ରହିଛି।

ତେବେ ଗିରଫ ଅଭିଯୁକ୍ତମାନଙ୍କୁ ଅବକାରୀ ବିଭାଗ ପକ୍ଷରୁ ପଚରାଉଚରା କରାଯାଉଛି। ବ୍ରାଉନସୁଗାର କେଉଁଠାରୁ ଆସୁଥିଲା, କେଉଁଠାକୁ ଚାଲାଣ ହେଉଥିଲା ଏବଂ ଏହି ଚକ୍ରରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି, ସେନେଇ ତଦନ୍ତ ଚାଲିଛି। ଏହି ଘଟଣାରେ ଏକ ମାମଲା ରୁଜୁ କରାଯାଇଥିବା ବେଳେ ବ୍ରାଉନସୁଗାର କାରବାରର ସମ୍ପୂର୍ଣ୍ଣ ନେଟୱର୍କର ଖୋଳତାଡ଼ ପାଇଁ ଅବକାରୀ ବିଭାଗ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.