ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା

0

ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗ
ବହ୍ମପୁର: ବ୍ରହ୍ମପୁରର ବହୁଚର୍ଚ୍ଚିତ ନିଆଁ ପୀଡ଼ିତାଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ପରଲୋକ ଘଟିଛି। ନିଆଁରେ ଗୁରୁତର ଭାବେ ପୋଡ଼ିଯାଇଥିବା ଯୁବତୀ ଜୀବନ ପାଇଁ ସଂଘର୍ଷ କରୁଥିଲେ। ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ଏକ ଭିଡିଓରେ ସେ ନିଜ ବାପାଙ୍କ ବିରୋଧରେ ଯୌନ ନିର୍ଯାତନା ଭଳି ସାଂଘାତିକ ଅଭିଯୋଗ ଆଣିଥିଲେ। ଅଭିଯୋଗ ଓ ପ୍ରାଥମିକ ପ୍ରମାଣ ଆଧାରରେ ପୋଲିସ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଛି।

ସୂଚନା ଅନୁସାରେ, ଯୁବତୀ ନିର୍ବନ୍ଧ ଓ ପରେ ବିବାହିତ ହେବା ସତ୍ତ୍ୱେ ତାଙ୍କୁ କିଛି ଅନୈତିକ କାର୍ଯ୍ୟରେ ସାମିଲ କରିବାକୁ ଚାପ ପକାଯାଉଥିବା ଅଭିଯୋଗ କରିଥିଲେ। ବିରୋଧ କଲେ ତାଙ୍କୁ ଧମକ ଦିଆଯାଉଥିବା ମଧ୍ୟ ସେ ଦାବି କରିଥିଲେ। ଏହି ଘଟଣା ପରେ ଅନେକ ପ୍ରଶ୍ନ ଉଠିଛି। ଦେଢ଼ ବର୍ଷ ପୂର୍ବରୁ ବିବାହ କରିଥିବା ଯୁବତୀ ଶାଶୁଘରେ କିପରି ନିଆଁରେ ପୋଡ଼ିଗଲେ, ତାହାର କାରଣ କ’ଣ ଥିଲା ଏବଂ ଘଟଣାରେ ଆଉ କାହାର ସମ୍ପୃକ୍ତି ରହିଛି କି ନାହିଁ, ସେନେଇ ତଦନ୍ତ ଜାରି ରହିଛି।

ପୋଲିସ ପୀଡ଼ିତାଙ୍କ ମୋବାଇଲ ଫୋନ ଜବତ କରିଥିବା ବେଳେ ସମସ୍ତ ଦିଗକୁ ନେଇ ତଦନ୍ତ ଚଳାଇଛି। ତେବେ ଏପର୍ଯ୍ୟନ୍ତ ଅଭିଯୁକ୍ତ ବାପା କିମ୍ବା ଯୁବତୀଙ୍କ ଶାଶୁଘର ପକ୍ଷରୁ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ମିଳିନାହିଁ।

Leave A Reply

Your email address will not be published.