ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ଗଞ୍ଜାମରେ କରୋନା ରୋଗୀ ଚିହ୍ନଟ

0

ଏମ୍‌କେସିଜିରେ ଚିକିତ୍ସାଧୀନ ମହିଳା ସଂକ୍ରମିତ
ଗଞ୍ଜାମ: ଓଡ଼ିଶାରେ ପୁଣି କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ଆନ୍ଧ୍ରପ୍ରଦେଶ ପରେ ରାଜ୍ୟରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଗଞ୍ଜାମ ଜିଲ୍ଲାର ଜଣେ ମହିଳା କରୋନାରେ ସଂକ୍ରମିତ ହୋଇଥିବା ବେଳେ ସେ ବର୍ତ୍ତମାନ ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

ସୂଚନା ଅନୁଯାୟୀ, ମହିଳା ଜଣକ କିଛି ଦିନ ହେଲା ଏମ୍‌କେସିଜିରେ ଚିକିତ୍ସା ନେଉଥିଲେ। ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ କରୋନା ସଂକ୍ରମଣ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ସ୍ୱାସ୍ଥ୍ୟ ବିଭାଗ ସତର୍କ ହୋଇପଡ଼ିଛି ଏବଂ ସଂକ୍ରମିତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ନଜର ରଖାଯାଉଛି। କରୋନା ମାମଲା ଚିହ୍ନଟ ହେବା ପରେ ସାଧାରଣ ଲୋକଙ୍କୁ ସତର୍କ ରହିବା, ସ୍ୱଚ୍ଛତା ନିୟମ ମାନିବା ଏବଂ ଅସୁସ୍ଥତା ଅନୁଭବ କଲେ ତୁରନ୍ତ ଡାକ୍ତରୀ ପରାମର୍ଶ ନେବାକୁ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.