ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ପ୍ରାୟ ଚୂଡ଼ାନ୍ତ ହୋଇଛି। ଯଦିଓ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ, ତଥାପି ପ୍ରାଥମିକ ସୂଚନା ଅନୁସାରେ ସେ ତପ୍ତପାଣି ଉଷ୍ଣପ୍ରସ୍ରବଣ ପରିଦର୍ଶନ କରିବେ।

ସୂଚନା ଅନୁଯାୟୀ, ରାଷ୍ଟ୍ରପତି ୪ ତାରିଖ ସକାଳେ ଭୁବନେଶ୍ୱରରୁ ଟ୍ରେନ୍ ଯୋଗେ ବ୍ରହ୍ମପୁରରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ତପ୍ତପାଣି ଯାଇ ଉଷ୍ଣପ୍ରସ୍ରବଣ ପରିଦର୍ଶନ କରିବେ। ପରେ ସେ ତପ୍ତପାଣିସ୍ଥିତ ମା’ କନ୍ଧୁଣି ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି। ଗସ୍ତ ସମୟରେ ରାଷ୍ଟ୍ରପତିଙ୍କ ରାତ୍ରିଯାପନ ଗୋପାଳପୁର କିମ୍ବା ଆର୍ମି ଏଡି କଲେଜ ପରିସରରେ ହେବାର ସମ୍ଭାବନା ରହିଛି। ୫ ତାରିଖ ସକାଳେ ସେ ବ୍ରହ୍ମପୁରରୁ ଟ୍ରେନ୍ ଯୋଗେ ଭୁବନେଶ୍ୱର ଫେରିବେ ଏବଂ ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଯିବେ। ରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ଓ ଅନ୍ୟାନ୍ୟ ପ୍ରୋଟୋକଲ୍ ପ୍ରସ୍ତୁତିକୁ ଚୂଡ଼ାନ୍ତ କରିବା ପାଇଁ ରାଷ୍ଟ୍ରପତି ଭବନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିବା ଜଣାପଡ଼ିଛି।

Leave A Reply

Your email address will not be published.