ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ

0

ପୁରୀ: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁଯାୟୀ, ତିନି ରଥ ଉପରେ ଚତୁର୍ଦ୍ଧାବିଗ୍ରହଙ୍କୁ ମହଣ ମହଣ ସୁନା ଅଳଙ୍କାରରେ ସଜାଯାଇଛି।

ଏହି ଦୁର୍ଲଭ ସୁନାବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ଦିବ୍ୟ ରୂପ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନଙ୍କ ସୁବିଧା ଓ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସୁନାବେଶରେ ତିନିଠାକୁରଙ୍କୁ ସୁନାର ହସ୍ତ, ପାଦ, ଶ୍ରୀଭୁଜ, ଶ୍ରୀପୟର, ରତ୍ନକିରୀଟ, ରତ୍ନପଦକ, କଣ୍ଠମାଳା, କରପଲ୍ଲବ, ମୁଦି, ବଳା, ବାହୁଟି, କାନ୍ତ, କଟିମେଖଳା ସମେତ ବିଭିନ୍ନ ସୁନା ଓ ରତ୍ନଖଚିତ ଅଳଙ୍କାରରେ ଅତ୍ୟନ୍ତ ଭବ୍ୟ ଭାବେ ଅଳଙ୍କୃତ କରାଯାଇଛି।

ବର୍ଷକୁ ଥରେ ଅନୁଷ୍ଠିତ ହେଉଥିବା ଏହି ସୁନାବେଶ ଶ୍ରୀଜଗନ୍ନାଥ ସଂସ୍କୃତିର ଅନ୍ୟତମ ଆକର୍ଷଣ ହୋଇଥିବା ବେଳେ, ମହାପ୍ରଭୁଙ୍କ ଏହି ଦିବ୍ୟ ବେଶର ଦର୍ଶନ ପାଇଁ ଦେଶ-ବିଦେଶରୁ ଅସଂଖ୍ୟ ଶ୍ରଦ୍ଧାଳୁ ପୁରୀରେ ପହଞ୍ଚିଛନ୍ତି।

Leave A Reply

Your email address will not be published.