ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

0

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ଦିଆଯାଇଛି। ଖାଦ୍ୟ, ସାଧାରଣ ବଣ୍ଟନ ଓ ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ପ୍ରହ୍ଲାଦ ଯୋଶୀ ଆଜି ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି। କାର୍ଯ୍ୟଭାର ଗ୍ରହଣ ପରେ ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ, ସେ ଏହି ଦାୟିତ୍ୱକୁ କର୍ତ୍ତବ୍ୟବୋଧ ଓ ବିନମ୍ରତାର ସହ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଉପରେ ରଖିଥିବା ଭରସାକୁ ସାର୍ଥକ କରିବା ପାଇଁ ସେ ସର୍ବୋତ୍ତମ ପ୍ରୟାସ କରିବେ ବୋଲି କହିଛନ୍ତି।

ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଗତ ୧୨ ବର୍ଷ ମଧ୍ୟରେ କେନ୍ଦ୍ର ସରକାର ଅନେକ ଐତିହାସିକ ସଫଳତା ହାସଲ କରିଛି। ସେହିପରି ଗତ ୪ରୁ ୫ ବର୍ଷ ମଧ୍ୟରେ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଷ୍ଟ୍ରୀୟ ଶିକ୍ଷା ନୀତିର ସଫଳ କାର୍ଯ୍ୟକାରିତା ହୋଇଛି। ସେହି ଧାରାକୁ ଆଗକୁ ନେବା ସହ ଶିକ୍ଷା କ୍ଷେତ୍ରରେ ସଂସ୍କାର ଓ ବିକାଶକୁ ପ୍ରାଥମିକତା ଦେବେ ବୋଲି ସେ କହିଛନ୍ତି। ପ୍ରହ୍ଲାଦ ଯୋଶୀଙ୍କ ଜନ୍ମ ୨୭ ନଭେମ୍ବର ୧୯୬୨ରେ କର୍ଣ୍ଣାଟକର ବିଜୟପୁରାର ଏକ ସାଧାରଣ ପରିବାରରେ ହୋଇଥିଲା। ପିଲାଦିନରୁ ସେ ସାମାଜିକ କାର୍ଯ୍ୟ ଓ ଜନସେବା ପ୍ରତି ଆଗ୍ରହୀ ଥିଲେ। ଛାତ୍ରଜୀବନରୁ ବିଭିନ୍ନ ସାମାଜିକ କାର୍ଯ୍ୟକଳାପରେ ସକ୍ରିୟ ରହି ଲୋକଙ୍କ ସମସ୍ୟା ବୁଝିବା ଏବଂ ସମାଧାନ ପାଇଁ କାର୍ଯ୍ୟ କରୁଥିଲେ।

Leave A Reply

Your email address will not be published.