ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ରଥ ଉପରେ ସମ୍ପନ୍ନ ହେଲା ଅଧରପଣା ନୀତି

0

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ଏହି ବିରଳ ନୀତିକୁ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଆସନ୍ତାକାଲି ନୀଳାଦ୍ରି ବିଜେ ନୀତି ମାଧ୍ୟମରେ ଚତୁର୍ଦ୍ଧାମୂର୍ତ୍ତି ରତ୍ନସିଂହାସନକୁ ବିଜେ କରିବେ।

ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଏବଂ ସନ୍ଧ୍ୟା ଆଳତି ପୂର୍ବରୁ ରଥ ଉପରେ ଅଧରପଣା ନୀତି ସମ୍ପନ୍ନ କରାଯାଇଥିଲା। ପ୍ରତ୍ୟେକ ରଥରେ ୩ଟି ଲେଖାଏଁ, ମୋଟ ୯ଟି ସ୍ୱତନ୍ତ୍ର ମାଟି ହାଣ୍ଡିରେ ଅଧରପଣା ଭୋଗ ଲାଗି କରାଯାଇଥିଲା। ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ବିଧିରେ ଏହି ପଣା ଅର୍ପଣ କରିବା ପରେ ପରମ୍ପରା ଅନୁଯାୟୀ ହାଣ୍ଡିଗୁଡ଼ିକୁ ଭଙ୍ଗାଯାଇଥିଲା।

ଅଧରପଣା ପ୍ରସ୍ତୁତି ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ଥିବା କୂଅରୁ ପବିତ୍ର ଜଳ ଅଣାଯାଇଥିଲା। ଏଥିରେ କ୍ଷୀର, ସର, କଦଳୀ, ଛେନା, ଗୋଲମରିଚ ଗୁଣ୍ଡ, କର୍ପୂର, ଜାଇଫଳ, ଶର୍କରା ସମେତ ବିଭିନ୍ନ ସୁବାସିତ ଦ୍ରବ୍ୟ ମିଶାଇ ସ୍ୱତନ୍ତ୍ର ପଣା ପ୍ରସ୍ତୁତ କରାଯାଇଥିଲା। ଏହି ନୀତି ପାଇଁ ଆବଶ୍ୟକ ସମସ୍ତ ସାମଗ୍ରୀ ଦୁଇଟି ମଠ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିଲା। ଅଧରପଣା ନୀତି ଶେଷ ହେବା ସହ ରଥଯାତ୍ରାର ଶେଷ ପର୍ଯ୍ୟାୟ ଆରମ୍ଭ ହୋଇଛି। ଏବେ ଭକ୍ତମାନଙ୍କ ନଜର ଆସନ୍ତାକାଲିର ନୀଳାଦ୍ରି ବିଜେ ନୀତି ଉପରେ ରହିଛି।

Leave A Reply

Your email address will not be published.