ପ୍ରମୁଖ ଖବର

ଅଗଷ୍ଟ ୧ରୁ ବଦଳିବ ସ୍ପିଡ୍ ପୋଷ୍ଟ ନିୟମ, ଜାଣନ୍ତୁ କଣ ହେବ ପରିବର୍ତ୍ତନ
ରାଜ୍ୟସଭାରେ ପାସ୍ ହେଲା ଆଣ୍ଟି-ପେପର ଲିକ୍ ବିଲ୍, କଠୋର ଦଣ୍ଡବିଧାନକୁ ମଞ୍ଜୁରି
ଇଣ୍ଡିଆନ୍ ଆଇଡଲ୍-୧୬ ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ରାଜ୍ୟପାଳଙ୍କ ସମ୍ବର୍ଦ୍ଧନା
ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି
ଜାପାନରେ ଶକ୍ତିଶାଳୀ ଭୂମିକମ୍ପ: ୨୮ ମୃତ, ୬୨ ଆହତ
ଇଥାନଲ୍ ବିବାଦ: ୧୧ କୋଟିର ମାନହାନି ମାମଲା କଲେ ନିତିନ୍ ଗଡ଼କରୀ

ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି

0

ଭୁବନେଶ୍ବର: ଲଗାଣ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ସମସ୍ତ ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ ଏନେଇ ଚିଠି ଜାରି କରିଛନ୍ତି।
ନିର୍ଦ୍ଦେଶ ଅନୁଯାୟୀ, ଆଜି ଅପରାହ୍ନ ୧ଟା ସୁଦ୍ଧା ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ବନ୍ଦ କରାଯିବା ସହ ଆସନ୍ତାକାଲି ସମ୍ପୂର୍ଣ୍ଣ ଭାବେ ସ୍କୁଲ ବନ୍ଦ ରହିବ। ଏହି ଆଦେଶ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ପାଇଁ ପ୍ରଯୁଜ୍ୟ। ତେବେ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନଙ୍କୁ ନିୟମିତ ଭାବେ ବିଦ୍ୟାଳୟରେ ଉପସ୍ଥିତ ରହିବାକୁ କୁହାଯାଇଛି।

ଅନ୍ୟପକ୍ଷରେ, ଭାରୀ ବର୍ଷା ପରିସ୍ଥିତିକୁ ମୁକାବିଲା ପାଇଁ ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଜରୁରୀ କାରଣ ବ୍ୟତୀତ କୌଣସି କର୍ମଚାରୀଙ୍କୁ ମୁଖ୍ୟାଳୟ ଛାଡ଼ିବାକୁ ବାରଣ କରାଯାଇଛି। ପ୍ରଶାସନ ପକ୍ଷରୁ ସମସ୍ତଙ୍କୁ ସତର୍କ ରହିବା ସହ ବର୍ଷାଜନିତ ପରିସ୍ଥିତି ଉପରେ କଡ଼ା ନଜର ରଖାଯାଇଛି।

Leave A Reply

Your email address will not be published.