ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ

0

ଭଦ୍ରକ: ଭଦ୍ରକ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ସୋମେଶ କୁମାର ଉପାଧ୍ୟାୟଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ରାଜ୍ୟ ସରକାର ପକ୍ଷରୁ ଆନୁଷ୍ଠାନିକ ଆଦେଶ ଜାରି କରାଯାଇଛି। ବର୍ତ୍ତମାନର ଭଦ୍ରକ ଜିଲ୍ଲାପାଳ ଦିଲୀପ ରାଉତରାୟଙ୍କ କାର୍ଯ୍ୟକାଳ ଜୁଲାଇ ୩୧ରେ ଶେଷ ହେବାକୁ ଥିବାରୁ, ତାଙ୍କ ସ୍ଥାନରେ ସୋମେଶ କୁମାର ଉପାଧ୍ୟାୟ ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବେ।

ସୋମେଶ କୁମାର ଉପାଧ୍ୟାୟ ବର୍ତ୍ତମାନ ବୟନ ଓ ହସ୍ତତନ୍ତ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି। ପ୍ରଶାସନିକ କ୍ଷେତ୍ରରେ ତାଙ୍କର ଦୀର୍ଘ ଅଭିଜ୍ଞତା ଏବଂ କାର୍ଯ୍ୟଦକ୍ଷତାକୁ ବିଚାରକୁ ନେଇ ରାଜ୍ୟ ସରକାର ତାଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ନିଯୁକ୍ତ କରିଛନ୍ତି। ନୂତନ ଦାୟିତ୍ୱ ଗ୍ରହଣ ପରେ ଜିଲ୍ଲାର ବିକାଶମୂଳକ କାର୍ଯ୍ୟ, ସରକାରୀ ଯୋଜନାର କାର୍ଯ୍ୟକାରିତା ଓ ପ୍ରଶାସନିକ ସେବାକୁ ଆହୁରି ସୁଦୃଢ଼ କରିବା ଦିଗରେ ସେ କାର୍ଯ୍ୟ କରିବେ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.