ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଭୁବନେଶ୍ବର: ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରି ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବିଶେଷ କରି ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ସୁରକ୍ଷା ବ୍ୟବସ୍ଥା ଏବଂ କେନ୍ଦ୍ର-ରାଜ୍ୟ ସମନ୍ୱୟକୁ ନେଇ ଉଭୟ ନେତାଙ୍କ ମଧ୍ୟରେ ବିସ୍ତୃତ ଆଲୋଚନା ହୋଇଥିବା ସୂଚନା ମିଳିଛି।

ଏହାପରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ, ନୂଆ ରେଳ ପ୍ରକଳ୍ପର ଅଗ୍ରଗତି ଏବଂ ରାଜ୍ୟର ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ୀକରଣ ସମ୍ପର୍କରେ ଆଲୋଚନା କରିଥିଲେ। ବୈଠକରେ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପକୁ ଶୀଘ୍ର କାର୍ଯ୍ୟକାରୀ କରିବା, ରେଳ ଭିତ୍ତିଭୂମିର ବିସ୍ତାର ଏବଂ ଲୋକଙ୍କୁ ଅଧିକ ଉନ୍ନତ ରେଳ ସେବା ଯୋଗାଇବା ଉପରେ ଗୁରୁତ୍ୱ ଦିଆଯାଇଥିଲା।

ସାକ୍ଷାତ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ସହଯୋଗରେ ଓଡ଼ିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ଦିଗରେ ରାଜ୍ୟ ସରକାର ଦୃଢ଼ ସଂକଳ୍ପ ସହ କାମ କରୁଛନ୍ତି। କେନ୍ଦ୍ର-ରାଜ୍ୟ ସମନ୍ୱୟ ମାଧ୍ୟମରେ ବିକାଶମୂଳକ ପ୍ରକଳ୍ପଗୁଡ଼ିକୁ ଆହୁରି ତ୍ୱରାନ୍ୱିତ କରାଯିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

Leave A Reply

Your email address will not be published.