ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ

0

ଭୁବନେଶ୍ବର: ରାଜ୍ୟ ସରକାର ସୋମବାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ବ୍ୟାପକ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ପକ୍ଷରୁ ପୃଥକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଦେବଦତ୍ତ ସୁରଞ୍ଜିତା ଜେନାଙ୍କୁ ବଦଳି କରାଯାଇ ଶକ୍ତି ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

ସେହିପରି ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ରଶ୍ମିରଞ୍ଜନ ନାୟକଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯିବା ସହ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶକଙ୍କ ଅତିରିକ୍ତ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି।ଶକ୍ତି ବିଭାଗର ଅତିରିକ୍ତ ସଚିବ ରମେଶ ଚନ୍ଦ୍ର ପଣ୍ଡାଙ୍କୁ ରାଜ୍ୟ ସୂଚନା କମିଶନର ସଚିବ ଭାବେ ନିଯୁକ୍ତି ମିଳିଛି। ନିରୁପମା ସ୍ୱାଇଁଙ୍କୁ କଟକସ୍ଥିତ ରାଜସ୍ୱ ପର୍ଷଦର ଅତିରିକ୍ତ ସଚିବ, ସବିତା ମଲ୍ଲିକଙ୍କୁ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ, ଅନାମିକା ଅଧିକାରୀଙ୍କୁ କୃଷି ବିଭାଗର ଯୁଗ୍ମ ସଚିବ ଏବଂ ଦେବାଶିଷ ପାତ୍ରଙ୍କୁ ପିସିସିଏଫ୍‌ କାର୍ଯ୍ୟାଳୟର ବରିଷ୍ଠ ପ୍ରଶାସନିକ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି।

ଅନ୍ୟ ଏକ ବିଜ୍ଞପ୍ତି ଅନୁଯାୟୀ, ଗଜପତି ଜିଲ୍ଲା ଛେଳିଗଡ଼ ଜଳସେଚନ ପ୍ରକଳ୍ପର ସ୍ୱତନ୍ତ୍ର ଭୂ-ଅର୍ଜନ ଅଧିକାରୀ ରବୀନ୍ଦ୍ରନାଥ କହଁରଙ୍କୁ ରାୟଗଡ଼ା ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍‌) ଭାବେ ନିଯୁକ୍ତ କରାଯାଇଛି। ରାଜ୍ୟ ସରକାରଙ୍କ ଏହି ଅଦଳବଦଳ ମାଧ୍ୟମରେ ବିଭିନ୍ନ ବିଭାଗର ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ କାର୍ଯ୍ୟକ୍ଷମ କରିବା ଲକ୍ଷ୍ୟ ରଖାଯାଇଥିବା ଜଣାପଡ଼ିଛି।

Leave A Reply

Your email address will not be published.