ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ

0

ବିହାର: ବିହାରର ଲଖିସରାଇ ଜିଲ୍ଲାର ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ସୋମବାର ଭୋରୁ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଦଳାଚକଟା ଘଟି ବଡ଼ ଅଘଟଣ ଘଟିଛି। ପ୍ରାରମ୍ଭିକ ସୂଚନା ଅନୁସାରେ, ଘଟଣାରେ ୭ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି।

ସୂଚନା ଅନୁଯାୟୀ, ଭୋରୁ ହିଁ ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ହୋଇଥିଲା। ମନ୍ଦିର ପରିସର ଓ ଗର୍ଭଗୃହକୁ ଯିବା ରାସ୍ତାରେ ପ୍ରବଳ ଭିଡ଼ ହୋଇଥିବା ସମୟରେ ହଠାତ୍ ବ୍ୟାରିକେଡିଂ ଖସିପଡ଼ିଥିଲା। ଏହାପରେ ଭିଡ଼ ମଧ୍ୟରେ ବିଶୃଙ୍ଖଳା ସୃଷ୍ଟି ହୋଇ ଦଳାଚକଟା ପରିସ୍ଥିତି ଉପୁଜିଥିଲା।
ଘଟଣାରେ ଅନେକ ଭକ୍ତ ଭିଡ଼ ମଧ୍ୟରେ ଚାପି ହୋଇଯାଇଥିଲେ। ଆହତମାନଙ୍କୁ ତୁରନ୍ତ ଲଖିସରାଇ ସଦର ହସ୍ପିଟାଲକୁ ନିଆଯାଇଛି। ଆହତଙ୍କ ମଧ୍ୟରେ ଅନେକ ମହିଳା ଥିବାବେଳେ କେତେକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

ଖବର ପାଇ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଆରମ୍ଭ କରିଥିଲେ। ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇ ଭିଡ଼ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନିଆଯାଇଛି। ଲଖିସରାଇ ଜିଲ୍ଲା ମାଜିଷ୍ଟ୍ରେଟ ଶୈଳେନ୍ଦ୍ର କୁମାର ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ବ୍ୟାରିକେଡିଂ କିପରି ଭୁଶୁଡ଼ିଲା ଏବଂ ଦଳାଚକଟାର ପ୍ରକୃତ କାରଣ କଣ, ସେନେଇ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ମୃତକ ଓ ଆହତଙ୍କ ପରିଚୟ ଚିହ୍ନଟ ପ୍ରକ୍ରିୟା ମଧ୍ୟ ଜାରି ରହିଛି।

Leave A Reply

Your email address will not be published.