ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ହେମନ୍ତ ସରକାରଙ୍କୁ ଝଟକା

0

ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌
ଝାଡଖଣ୍ଡ: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସରକାରଙ୍କୁ ଝଟକା ଲାଗିଛି। ଜେପିଏସ୍‌ସି ପରୀକ୍ଷା ରଦ୍ଦ କରିବା ନେଇ ସରକାରଙ୍କ ନିଷ୍ପତ୍ତି ଉପରେ ଅନ୍ତରୀଣ ରୋକ୍‌ ଲଗାଇଛନ୍ତି ଝାଡ଼ଖଣ୍ଡ ହାଇକୋର୍ଟ। ଏହାସହ ମାମଲାରେ ୧୫ ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିବା ପରେ ଜେପିଏସ୍‌ସି ପରୀକ୍ଷା ରଦ୍ଦ କରିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆବେଦନ ଦାଖଲ ହେବା ପରେ ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ମାମଲାର ଶୁଣାଣି କରି ହାଇକୋର୍ଟ ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ଅନ୍ତରୀଣ ରୋକ୍‌ ଲଗାଇଛନ୍ତି। ଏଥିସହ ପରୀକ୍ଷାରେ ହୋଇଥିବା କଥିତ ଅନିୟମିତତା ନେଇ ସରକାର କଣ ପଦକ୍ଷେପ ନେଇଛନ୍ତି ଏବଂ କେଉଁ ଆଧାରରେ ପରୀକ୍ଷା ରଦ୍ଦ କରାଯାଇଥିଲା, ସେନେଇ ସ୍ପଷ୍ଟ ଜବାବ ଦେବାକୁ କୋର୍ଟ କହିଛନ୍ତି। ସରକାରଙ୍କୁ ୧୫ ଦିନ ମଧ୍ୟରେ ନିଜର ପକ୍ଷ ରଖିବାକୁ ପଡ଼ିବ। ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶ ପରେ ଜେପିଏସ୍‌ସି ପରୀକ୍ଷାକୁ ନେଇ ସରକାରଙ୍କ ପରବର୍ତ୍ତୀ ପଦକ୍ଷେପ ଉପରେ ନଜର ରହିଛି।

Leave A Reply

Your email address will not be published.