ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଶହୀଦ କୋଭିଡ ଯୋଦ୍ଧାଙ୍କୁ ନୀରବ ପ୍ରାର୍ଥନା ଜରିଆରେ ସାରା ରାଜ୍ୟରେ ଶ୍ରଦ୍ଧାଞ୍ଜଳି

0


ଭୁବନେଶ୍ବର: ଗତ ୫ ମାସ ଧରି ଓଡିଶା କୋଭିଡ ବିରୁଦ୍ଧରେ ଲଢେଇ ଜାରି ରହିଛି। ଏହି ଲଢେଇର ଆଗଧାଡିରେ ରହିଥିବା କୋଭିଡ ଯୋଦ୍ଧା ମାନଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ସେବା ଯୋଗୁଁ ଆଜି ରାଜ୍ୟର କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୨୫ ହଜାରରେ ପହଞ୍ଚିଛି। ଏହାକୁ କୋଭିଡ ଯୁଦ୍ଧର ଏକ ମହତ୍ବପୂର୍ଣ୍ଣ ଘଟଣା ବୋଲି ବର୍ଣ୍ଣନା କରି ଏହାର ସବୁ ଶ୍ରେୟ କୋଭିଡ ଯୋଦ୍ଧା ଓ ଓଡିଶାବାସୀଙ୍କର ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଜୀବନକୁ ବାଜି ଲଗାଇ ସେମାନେ ଯେପରି ସେବା କରିଚାଲିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା ମଧ୍ୟ କରିଛନ୍ତି।
ଏହି ଲଢେଇରେ ୨୫ ଜଣ କୋଭିଡ ଯୋଦ୍ଧା ସେମାନଙ୍କ ଜୀବନ ବଳିଦାନ ଦେଇ ସେବା, ତ୍ୟାଗ ଓ ମାନବିକତାର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି । ସେହି ଯୋଦ୍ଧା ମାନଙ୍କର ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ସାରା ରାଜ୍ୟ ଆଜି ସଂଧ୍ୟା ୬ଟାରେ ଏକ ମିନିଟ ନୀରବ ପ୍ରାର୍ଥନା କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି । ଏହି ନୀରବ ପ୍ରାର୍ଥନାରେ ସାରା ରାଜ୍ୟର ଜନସାଧାରଣ, ବିଭିନ୍ନ ଅଫିସ, ଅନୁଷ୍ଠାନର କର୍ମଚାରୀ ଭାଗ ନେଇ ଶହୀଦ କରୋନା ଯୋଦ୍ଧାଙ୍କ ପ୍ରତି ଜାତିର କୃତଜ୍ଞତା ଅର୍ପଣ କରିଛନ୍ତି ।
ନିଜ ପରିବାର ଓ ବ୍ୟକ୍ତିଗତ ସୁଖ ସୁବିଧାକୁ ପଛରେ ପକାଇ ଆମର କୋଭିଡ ଯୋଦ୍ଧା ମାନେ ଉତ୍ସର୍ଗୀକୃତ ମନୋଭାବ, ତ୍ୟାଗ ଓ ନିଷ୍ଠାର ସହ ଯେପରି ସେବା କରିଚାଲିଛନ୍ତି, ତାକୁ ଉତ୍ସାହିତ କରିବା ଏବଂ ତାଙ୍କର ଏହି ମହତ୍‌ କାର୍ଯ୍ୟକୁ ଦୃଢ ସମର୍ଥନ ଦେବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସହଯୋଗ, ସଚେତନତା ଓ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାର ଶପଥ ପାଠ କରାଇଥିଲେ। ମୁଁ ଜିତିବି, ମୋ ଓଡିଶା ଜିତିବ ଓ ମାନବ ଜାତି ବି ଜିତିବ; ଏହି ସଂକଳ୍ପ ନେଇ କରୋନା ବିରୁଦ୍ଧରେ ଲଢେଇକୁ ମଜବୁତ କରିବା ସହିତ କୋଭିଡ ନିୟମାବଳୀର ଅନୁପାଳନ ଓ କୋଭିଡ ଯୋଦ୍ଧାଙ୍କୁ ପୂର୍ଣ୍ଣ ସହଯୋଗ ଓ ସମ୍ମାନ ଜଣାଇବା ପାଇଁ ମଧ୍ୟ ସମସ୍ତେ ଶପଥ ନେଇଥିଲେ।

Leave A Reply

Your email address will not be published.