ପ୍ରମୁଖ ଖବର

ପ୍ରତିରକ୍ଷା କ୍ଷେତ୍ରରେ ୨.୧୨ ଲକ୍ଷ କୋଟିର କ୍ରୟ ପ୍ରସ୍ତାବକୁ ମଞ୍ଜୁରି
ଆର୍‌ଜି କର ମାମଲା: ସିବିଆଇ ବିରୋଧୀ ଅଭିଯାନରୁ ଦୂରେଇଲେ ପୀଡ଼ିତାଙ୍କ ମା’
ମୋଦୀଙ୍କ ପିତାଙ୍କୁ ନେଇ ଟିପ୍ପଣୀ ପ୍ରସଙ୍ଗ: କଂଗ୍ରେସକୁ ଟାର୍ଗେଟ୍‌ କଲେ ବିଜେପି ଅଧ୍ୟକ୍ଷ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ: ପୀୟୂଷ ଗୋୟଲ
ଏଣିକି E100 ଇନ୍ଧନରେ ଚାଲିବ ଗାଡ଼ି! ନିୟମରେ ସଂଶୋଧନ କଲେ କେନ୍ଦ୍ର ସରକାର
ନର୍ଥ ବ୍ଲକ୍‌ରେ ଅଗ୍ନିକାଣ୍ଡ, ନିଆଁ ଲିଭାଇଲେ ଅଗ୍ନିଶମ କର୍ମଚାରୀ
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ ଅର୍ଣ୍ଣବ ‘

ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ

0

ପୁରୀ: ପୁରୀ ଶ୍ରୀମନ୍ଦିରରେ ବଢ଼ୁଥିବା ଭକ୍ତଙ୍କ ଭିଡ଼କୁ ନଜରରେ ରଖି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବାକୁ ନୂଆ ଯୋଜନା ପ୍ରସ୍ତୁତ ହେଉଛି। ବିଶେଷକରି ଛୁଟିଦିନରେ ବଢ଼ୁଥିବା ଭିଡ଼କୁ ସୁଚାରୁ ଭାବେ ପରିଚାଳନା କରିବା ଲକ୍ଷ୍ୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ହୋଇଛି।

ଲୋକସେବା ଭବନସ୍ଥିତ ଆଇନ ବିଭାଗ ସମ୍ମିଳନୀ କକ୍ଷରେ ହୋଇଥିବା ବୈଠକରେ ଆଇଆଇଟି ଭୁବନେଶ୍ୱର ପକ୍ଷରୁ ଧାଡ଼ି ଦର୍ଶନ ପାଇଁ ବିଭିନ୍ନ ମଡେଲ ଉପସ୍ଥାପନ କରାଯାଇଥିଲା। ଏଥିରୁ ଉପଯୁକ୍ତ ମଡେଲ ବାଛି ତାହାକୁ କିପରି କାର୍ଯ୍ୟକାରୀ କରାଯିବ, ସେନେଇ ବିସ୍ତୃତ ଆଲୋଚନା ହୋଇଛି।
ପ୍ରସ୍ତାବିତ ବ୍ୟବସ୍ଥାରେ ସାତପାହାଚ ନିକଟରୁ ଭିଡ଼ ନିୟନ୍ତ୍ରଣ କରି ଭକ୍ତମାନଙ୍କୁ ପର୍ଯ୍ୟାୟକ୍ରମେ ମନ୍ଦିର ଭିତରକୁ ପ୍ରବେଶ କରାଇବାର ଯୋଜନା ରହିଛି। ଏଥିପାଇଁ ୫ଟି ପୃଥକ ରାମ୍ପ ମାଧ୍ୟମରେ ଭକ୍ତଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ। ଏହା ଫଳରେ ପ୍ରତି ଘଣ୍ଟାରେ ପ୍ରାୟ ୮ରୁ ୧୦ ହଜାର ଭକ୍ତ ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ବୋଲି ଆକଳନ କରାଯାଇଛି।

ଯୋଜନାକୁ ଭୂମିସ୍ତରରେ ପରୀକ୍ଷା କରିବା ପାଇଁ ଖୁବଶୀଘ୍ର ଏକ ପାଇଲଟ୍‌ ମଡେଲ ପ୍ରସ୍ତୁତ ହେବ। ଏହାକୁ ଛତିଶା ନିଯୋଗ ଓ ଶ୍ରୀମନ୍ଦିର ପ୍ରଶାସନ ଅନୁଧ୍ୟାନ କରିବେ। ପରୀକ୍ଷାମୂଳକ ବ୍ୟବସ୍ଥା ସଫଳ ହେଲେ ପରବର୍ତ୍ତୀ ପର୍ଯ୍ୟାୟରେ ସମ୍ପୂର୍ଣ୍ଣ ଯୋଜନାକୁ କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି।

Leave A Reply

Your email address will not be published.