ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ , ଉତ୍ତର ଓଡ଼ିଶା ଉପକୂଳ ସମୁଦ୍ର ଉପରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି କ୍ଷେତ୍ରଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ କ୍ଷେତ୍ର ରୂପ ନେଇପାରେ।
ଏହି ସିଷ୍ଟମ୍ ପ୍ରଭାବରେ ଆଜି ଠାରୁ ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କେଉଁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସିଷ୍ଟମ୍ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆସନ୍ତା ୩ ଦିନ ଯାଏଁ ଓଡ଼ିଶା ଉପକୂଳ ନିକଟସ୍ଥ ସମୁଦ୍ର ଅଶାନ୍ତ ରହିବ ତେଣୁ ଏହି ସମୟରେ ସମୁଦ୍ରକୁ ଯିବା ବାରଣ ।
ଅଧ୍ୟାପକ- ସାର୍ଥକ ମିଶ୍ର