ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ

0

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନରେ ଦଳୀୟ ହ୍ୱିପ୍‌ ଅମାନ୍ୟ କରି କ୍ରସ୍‌ ଭୋଟିଂ କରିଥିବା ଅଭିଯୋଗରେ ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ପ୍ରସଙ୍ଗ ଏବେ ହାଇକୋର୍ଟରେ ପହଞ୍ଚିଛି। ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ପକ୍ଷରୁ ଦାଏର ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରିଛନ୍ତି। ଜଷ୍ଟିସ୍‌ ଆର୍‌.କେ. ପଟ୍ଟନାୟକଙ୍କ ଅଦାଲତରେ ଶୁକ୍ରବାର ମାମଲାର ଶୁଣାଣି ହୋଇଥିଲା। ମାମଲାରେ ପ୍ରତିପକ୍ଷଙ୍କୁ ଜବାବ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିବା ବେଳେ ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୨୯ରେ ହେବ।

ବିଜେଡି ପକ୍ଷରୁ ଦାଏର ଆବେଦନରେ ରମାକାନ୍ତ ଭୋଇ, ସୁବାସିନୀ ଜେନା, ନବକିଶୋର ମଲ୍ଲିକ, ଚକ୍ରମଣି କଅଁର, ସୌଭିକ ବିଶ୍ୱାଳ, ଦେବୀରଞ୍ଜନ ତ୍ରିପାଠୀ, ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡ଼ଙ୍କ ସମେତ ବିଧାନସଭା ବାଚସ୍ପତିଙ୍କୁ ପକ୍ଷଭୁକ୍ତ କରାଯାଇଛି। ବାଚସ୍ପତିଙ୍କ ନିକଟରେ ବିଧାୟକମାନଙ୍କ ସଦସ୍ୟତା ରଦ୍ଦ ପାଇଁ ହୋଇଥିବା ଆବେଦନ ଖାରଜ ହେବା ପରେ ବିଜେଡି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ଏହି ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ୍‌ ଜେନେରାଲ ମଧ୍ୟ ଅଦାଲତରେ ଉପସ୍ଥିତ ହୋଇଥିଲେ। ଏବେ ପ୍ରତିପକ୍ଷଙ୍କ ଜବାବ ଏବଂ ପରବର୍ତ୍ତୀ ଶୁଣାଣି ଉପରେ ମାମଲାର ଗତିପଥ ନିର୍ଭର କରିବ।

Leave A Reply

Your email address will not be published.