ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ। ରବିବାର ଭୁବନେଶ୍ୱରରେ ସେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସାକ୍ଷାତକାର ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଉପସ୍ଥିତ ଥିଲେ। ବିଷ୍ଣୁଦେବ ସାଏଙ୍କ ଏହି ଓଡ଼ିଶା ଗସ୍ତରେ ଦୁଇ ରାଜ୍ୟର ସ୍ୱାର୍ଥ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ବିଶେଷକରି ଦୀର୍ଘଦିନ ଧରି ଚାଲିଆସୁଥିବା ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ପ୍ରସଙ୍ଗ ଆଲୋଚନାରେ ପ୍ରମୁଖ ସ୍ଥାନ ପାଇପାରେ।

ମହାନଦୀ ଜଳ ବିବାଦ ମାମଲାର ପରବର୍ତ୍ତୀ ଟ୍ରିବ୍ୟୁନାଲ ଶୁଣାଣି ସେପ୍ଟେମ୍ବର ୨୮ରେ ହେବାକୁ ଥିବା ବେଳେ ଏହା ପୂର୍ବରୁ ସେପ୍ଟେମ୍ବର ୨୧ରେ ଦୁଇ ରାଜ୍ୟର ବୈଷୟିକ ଟିମ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। କେନ୍ଦ୍ରୀୟ ଜଳ ଆୟୋଗ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଏହାର ଠିକ୍‌ ପୂର୍ବରୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ଏବଂ ମୁଖ୍ୟମନ୍ତ୍ରୀ ମାଝୀଙ୍କ ସହ ଆଲୋଚନାକୁ ନେଇ ଗୁରୁତ୍ୱ ବଢ଼ିଛି।

Leave A Reply

Your email address will not be published.