ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା ଦେଇ ଛତିଶଗଡ଼ ଆଡ଼କୁ ଅଗ୍ରସର ହେଉଛି ଗଭୀର ଅବପାତ

0

ଓଡ଼ିଶାରେ ୨୪ ଘଣ୍ଟା ଯାଏଁ ଜାରି ରହିବ ବର୍ଷା ପବନ ପ୍ରଭାବ
ଭୁବନେଶ୍ବର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ରହିଥିବା ଗଭୀର ଅବପାତ କ୍ଷେତ୍ର ଉତ୍ତର – ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା ଦେଇ ଦକ୍ଷିଣ ଛତିଶଗଡ଼ ଆଡ଼କୁ ଅଗ୍ରସର ହେଉଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହି କ୍ଷେତ୍ର ଉତ୍ତର ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଦୁର୍ବଳ ହୋଇ ଅବପାତ ରେ ପରିଣତ ହେବ ଓ ପରବର୍ତ୍ତୀ ୧୨ ଘଣ୍ଟାରେ ଆହୁରି ଦୁର୍ବଳ ହୋଇ ସଦୃଶ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି।

ଏହି ସିଷ୍ଟମ୍ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ପବନ ପ୍ରଭାବ। ଆସନ୍ତା ୨୪ ଘଣ୍ଟା ଯାଏଁ ଏଭଳି ପ୍ରଭାବ ଜାରି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ଦେବଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ମୟୂରଭଞ୍ଜ, କେଉଁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଓ କିଛି ଅଞ୍ଚଳରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଅଞ୍ଚଳରେ ଘଣ୍ଟା ପ୍ରତି ୩୦-୪୦କିମି ପବନ ଓ ବେଳେବେଳେ ୫୦ କିମି ଯାଏଁ ବହିବା ସମ୍ଭାବନା।

ସେହିପରି ଉପକୂଳ ଓ ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ପ୍ରଭାବ ରହିବା ସହ ପବନର ବେଗ ଘଣ୍ଟା ପ୍ରତି ୪୦-୫୦ କିମି ଓ ବେଳେବେଳେ ୬୦କିମି ରହିବା ସମ୍ଭାବନା। ଆସନ୍ତା ୪୮ ଘଣ୍ଟା ଯାଏଁ ମହାନଦୀ ଉପରମୁଣ୍ଡରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ଯାହାଫଳରେ ମହାନଦୀ ଜଳସ୍ତର ବୃଦ୍ଧି ପାଇବ। ଆସନ୍ତାକାଲି ଅପରାହ୍ନ ବେଳକୁ ପାଗରେ ସୁଧାର ଆସିବା ସମ୍ଭାବନା ରହିଛି।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.