ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା

0

ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ଭୁବନେଶ୍ବର: ଓଡ଼ିଶାରେ ବେଦାନ୍ତ ଗ୍ରୁପ୍‌ ପକ୍ଷରୁ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ଆଲୁମିନିୟମ ପ୍ରକଳ୍ପ ନେଇ ଯୋଜନା ରହିଛି। ଏନେଇ ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। ପ୍ରସ୍ତାବିତ ପ୍ରକଳ୍ପ ମଧ୍ୟରେ ଢେଙ୍କାନାଳରେ ବାର୍ଷିକ ୩୦ ଲକ୍ଷ ଟନ୍‌ କ୍ଷମତାର ଆଲୁମିନିୟମ ସ୍ମେଲ୍ଟର ପ୍ଲାଣ୍ଟ ଏବଂ ରାୟଗଡ଼ାରେ ବାର୍ଷିକ ୬୦ ଲକ୍ଷ ଟନ୍‌ କ୍ଷମତାର ଆଲୁମିନା ରିଫାଇନାରୀ ପ୍ରତିଷ୍ଠା ରହିଛି।

ଏହାବ୍ୟତୀତ ଝାରସୁଗୁଡ଼ାରେ ଥିବା ୧ ଏମ୍‌ଟିପିଏ କ୍ଷମତାର ଆଲୁମିନିୟମ ସ୍ମେଲ୍ଟର ପ୍ଲାଣ୍ଟର ସମ୍ପ୍ରସାରଣ ପାଇଁ ମଧ୍ୟ ବେଦାନ୍ତ ପ୍ରସ୍ତାବ ଦେଇଛି। ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ ହେଲେ ବେଦାନ୍ତର ଓଡ଼ିଶାରେ ମୋଟ ଆଲୁମିନିୟମ ଉତ୍ପାଦନ କ୍ଷମତା ବାର୍ଷିକ ୬୦ ଲକ୍ଷ ଟନ୍‌ରେ ପହଞ୍ଚିବ। ଏହା ସହ ପଶ୍ଚିମ ଓଡ଼ିଶାରେ ୧,୦୦୦ ଶଯ୍ୟା ବିଶିଷ୍ଟ ଏକ ହସ୍ପିଟାଲ ପ୍ରତିଷ୍ଠା ନେଇ ମଧ୍ୟ ଯୋଜନା ରହିଛି। ବୈଠକରେ ଶିଳ୍ପ ପ୍ରକଳ୍ପଗୁଡ଼ିକର ଅଗ୍ରଗତି, ସ୍ଥାନୀୟ ବିକାଶ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ନେଇ ଆଲୋଚନା ହୋଇଥିଲା। ଯୁବବର୍ଗଙ୍କ ପାଇଁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ଲକ୍ଷ୍ୟରେ ରାଜ୍ୟ ସରକାର ଶିଳ୍ପ ସଂସ୍ଥାଗୁଡ଼ିକୁ ସହଯୋଗ ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Leave A Reply

Your email address will not be published.