ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ

0

ଛତିଶଗଡ: ଛତିଶଗଡ଼ରେ ଏକ ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ୩୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ମନେନ୍ଦ୍ରଗଡ଼ରୁ କେଲହାରି ଯାଉଥିବା ବସ୍‌ଟି ପାହାଡ଼ ହଂସୱାହି ନିକଟରେ ନିୟନ୍ତ୍ରଣ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଆହତମାନଙ୍କୁ ଉଦ୍ଧାର କରି କେଲହାରି ହସ୍ପିଟାଲକୁ ନିଆଯାଇଛି। ମୃତକଙ୍କ ମଧ୍ୟରେ ବସ୍‌ ମାଲିକ ମଧ୍ୟ ଥିବା ଜଣାପଡ଼ିଛି।

ଘଟଣା ସମ୍ପର୍କରେ ଖବର ପାଇ ପୁଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଉପଜିଲ୍ଲାପାଳ ଶଶି ଶେଖର ମିଶ୍ର ହସ୍ପିଟାଲରେ ପହଞ୍ଚି ଆହତଙ୍କ ଚିକିତ୍ସା ଓ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ଏଥିସହ ଆହତଙ୍କୁ ଆବଶ୍ୟକ ଚିକିତ୍ସା ଯୋଗାଇଦେବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଦୁର୍ଘଟଣାର କାରଣ ସମ୍ପର୍କରେ ଅଧିକ ତଥ୍ୟ ଜଣାପଡ଼ିନାହିଁ।

Leave A Reply

Your email address will not be published.