ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ସଡ଼କ ଦୁର୍ଘଟଣାରେ ଦୁଇ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ

0

କଟକ: କଟକ-ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥର ନଖରା ନିକଟରେ ଗୁରୁବାର ରାତିରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ମଳୟ ବାରିକ ଓ ଜୟରାମ ଦଣ୍ଡପତି। ଏହି ଘଟଣାକୁ ନେଇ ରାଜ୍ୟର କ୍ରୀଡ଼ା ଜଗତରେ ଶୋକର ଛାୟା ଖେଳିଯାଇଛି।

ସୂଚନା ଅନୁସାରେ, ଅକ୍ଟୋବର ୨୨ ତାରିଖ ରାତି ପ୍ରାୟ ୧୦ଟା ୩୦ରେ ନଖରା ନିକଟରେ ଦୁର୍ଘଟଣା ଘଟିଥିଲା। ଉଭୟଙ୍କୁ ଚିକିତ୍ସା ପାଇଁ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଜୟରାମ ଜଣେ ଉଦୀୟମାନ ଅଣ୍ଡର-୨୩ ସ୍ପ୍ରିଣ୍ଟର ଥିବାବେଳେ ମଳୟ ୪୦୦ ମିଟର ଦୌଡ଼ରେ ପ୍ରତିଭା ଦେଖାଇଥିଲେ। ଉଭୟ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍‌ସ୍ଥିତ ହାଇ ପରଫରମାନ୍ସ ସେଣ୍ଟରରେ ପ୍ରଶିକ୍ଷଣ ନେଉଥିଲେ।

ଦୁଇ ଯୁବ କ୍ରୀଡ଼ାବିତ୍‌ଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେମାନଙ୍କ ମୃତ୍ୟୁ ଓଡ଼ିଶାର କ୍ରୀଡ଼ା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଶୋକବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.