ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ ଅର୍ଣ୍ଣବ ‘

0

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ ଅର୍ଣ୍ଣବ ‘। ଏହି ସିଷ୍ଟମ୍ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟାରେ ପରିଣତ ହେବ ଏବଂ ପରବର୍ତ୍ତୀ ୨୪ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଅତି ଭୀଷଣ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ୨୮ ତାରିଖ ଭୋର୍ ସମୟରେ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ ଅର୍ଣ୍ଣବ। ସେହିଦିନ ପୂର୍ବାହ୍ନରେ କାକିନାଡ଼ା ନିକଟରେ ସ୍ଥଳଭାଗ ଅତିକ୍ରମ କରିବ।
ସେପଟେ ଆରବସାଗରରୁ ବଙ୍ଗୋପସାଗରରେ ପ୍ରବେଶ କରିଥିବା ଲଘୁଚାପ କ୍ଷେତ୍ର ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି। ଏହି ସିଷ୍ଟମ୍ ଉତ୍ତର ଦିଗରେ ଅଗ୍ରସର ହୋଇ ଏବଂ ଅଧିକ ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ନିକଟରେ ୨୮ ତାରିଖ ବେଳକୁ ପହଞ୍ଚିବାର ସମ୍ଭାବନା ରହିଛି।

ଉପୋରକ୍ତ ଦୁଇଟି ସିଷ୍ଟମ୍ ପ୍ରଭାବରେ ଓଡ଼ିଶାରେ ୨୬ ଅପରାହ୍ନ ପରେ ଓଡ଼ିଶାରେ ପାଗ ପରିବର୍ତ୍ତନ ହେବା ସହ ୨୭-୨୯ ମଧ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା। ଏହି ସମୟରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ (୨୦ ସେମି+) ବର୍ଷା ସମ୍ଭାବନା। ଦକ୍ଷିଣ ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟା ପ୍ରତି ପ୍ରାୟ ୫୦-୬୦କିମି ବେଳେବେଳେ ୮୦ କିମି ବହିବା ସମ୍ଭାବନା। ତେବେ ଏହି ସମୟରେ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବ।

ପୂର୍ବାନୁମାନ – ସାର୍ଥକ ମିଶ୍ର

Leave A Reply

Your email address will not be published.