ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଖୋର୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ପାଇଁ ସ୍ବତନ୍ତ୍ର ରଣନୀତି

0
  • କୋଭିଡ୍ ମୁକାବିଲା ସମୀକ୍ଷା କରି ନବୀନ ଦେଲେ ନିର୍ଦେଶ
  • କୋରାପୁଟରେ ଆସନ୍ତା ସପ୍ତାହରେ ପ୍ଲାଜ୍‌ମା ବ୍ୟାଙ୍କ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ ପରିସ୍ଥିତି ଓ ରଣନୀତି ସଂପର୍କରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରି ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାରେ ଅଞ୍ଚଳଭିତ୍ତିକ ରଣକୌଶଳ ଅବଲମ୍ବନ କରିବାପାଇଁ ପରାମର୍ଶ ଦେଇଛନ୍ତି, ଯାହାଫଳରେ ଆସନ୍ତା ସପ୍ତାହ ମଧ୍ୟରେ ଏହିସବୁ ଜିଲ୍ଲାରେ ପଜିଟିଭ୍ ହ୍ରାସ କରିବା ଦିଗରେ ଆମେ ଅଗ୍ରଗତି କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।
ସୂଚନାଯୋଗ୍ୟ ଯେ ଆଜି ପ୍ରତି ୧୦ ଲକ୍ଷ ସଂଖ୍ୟାରେ ୧୦୯୬ ଟେଷ୍ଟ କରି ଓଡିଶା ଆଜି ଜାତୀୟ ସ୍ତରରେ ଦୈନିକ ସର୍ବାଧିକ ଟେଷ୍ଟ କରୁଥିବା ରାଜ୍ୟରେ ପରିଗଣିତ ହୋଇଛି । ଏହାସହିତ ସପ୍ତାହ ମଧ୍ୟରେ ଦୈନିକ ଟେଷ୍ଟ ସଂଖ୍ୟା ୫୦ ହଜାରକୁ ବୃଦ୍ଧି ପାଇଛି । ଏହା ଉପରେ ସନ୍ତୋଷ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗ, ସମସ୍ତ ଜିଲ୍ଲାପାଳ ଓ ସେମାନଙ୍କ ଟିମ୍‌ ତଥା ସମସ୍ତ ଡାକ୍ତର ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ଓ ଏହା ଜାରି ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ ।
ରାଜ୍ୟରେ କୋଭିଡରେ ମୁକାବିଲା ପାଇଁ ୫୦ ଲକ୍ଷରୁ ଅଧିକ ଲୋକ ଟ୍ରେନିଂ ପାଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିରେ ପଞ୍ଚାୟତିରାଜ ପ୍ରତିନିଧି, ସ୍ବୟଂ ସହାୟକ ଗୋଷ୍ଠୀ, କୋଭିଡ କମିଟି ସଦସ୍ୟ ଏବଂ ଆହୁରି ଅନେକ ଅନ୍ତର୍ଭୁକ୍ତ ଅଛନ୍ତି। ଏହା ବାସ୍ତବରେ ଏକ ବଡ ସଫଳତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି କାର୍ଯ୍ୟରେ ନିୟୋଜିତ ଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।
ରାଜ୍ୟରେ ଲକ୍ଷଣବିହୀନ ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ଗୃହ ସଂଗରୋଧକୁ ଉତ୍ସାହିତ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି। ଏଥିପାଇଁ ସ୍ବତନ୍ତ୍ର ପ୍ରଚାର ଅଭିଯାନ ସହିତ ପଞ୍ଚାୟତିରାଜ ପ୍ରତିନିଧି ଓ କୋଭିଡ କେୟାର କମିଟି ଗୁଡିକର ସହାୟତା ନେବା ପାଇଁ ମଧ୍ୟ ସେ କହିଛନ୍ତି। ଲୋକଙ୍କ ମନରେ ଗୃହ ସଂଗରୋଧ ସଂପର୍କରେ ଯଦି କୌଣସି ସନ୍ଦେହ ଥାଏ, ତାକୁ ଦୂର କରିବା ଦିଗରେ ଏହା ସହାୟକ ହେବ। ଏ କ୍ଷେତ୍ରରେ ଜିଲ୍ଲା ପର୍ଯ୍ୟବେକ୍ଷକମାନେ ସ୍ବତନ୍ତ୍ର ଗୁରୁତ୍ବ ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି।
ସେହିପରି ରାଜ୍ୟରେ ଦୈନିକ ନମୁନା ପରୀକ୍ଷା ସଂଖ୍ୟା ୫୦ ହଜାରରେ ପହଞ୍ଚି ଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରି ଏହି ଧାରା ବଜାୟ ରଖିବା ପାଇଁ କହିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ। ରାଜ୍ୟରେ କୋଭିଡ ମୃତ୍ୟୁ ହାର କମ୍‌ ରହିଛି । ଏହାକୁ ଆହୁରି କମ୍‌ କରିବା ଦିଗରେ ନିରନ୍ତର ଉଦ୍ୟମ ଜାରି ରହିବା ଆବଶ୍ୟକ ବୋଲି ସେ କହିଥିଲେ।
ପ୍ଲାଜମାଦାତା ମାନଙ୍କର ମହାନ କାର୍ଯ୍ୟକୁ ସ୍ବୀକୃତି ଦେଇ ସେମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରିବାପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ଲାଜମା ସଂଗ୍ରହ ଓ ପ୍ରୟୋଗ ପ୍ରଣାଳୀରେ ଆହୁରି ଉନ୍ନତି ଆଣିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । କୋଭିଡ ହସ୍‌ପିଟାଲରେ କାମ କରୁଥିବା କୋଭିଡ ଯୋଦ୍ଧା ଓ ରୋଗୀ ମାନଙ୍କ ସହିତ ସିଧାସଳଖ ଫୋନ୍‌ ଯୋଗେ ଆଲୋଚନା କରି ସେମାନଙ୍କ ଠାରୁ ଫିଡ୍‌ବ୍ୟାକ୍ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ବର୍ତ୍ତମାନ ସୁଦ୍ଧା ୫ଟି ପ୍ଲାଜ୍‌ମା ଥେରାପି ୟୁନିଟ୍ ସ୍ଥାପିତ ହୋଇଛି। କୋଭିଡ ରୋଗର ଚିକିତ୍ସା କ୍ଷେତ୍ରରେ ପ୍ଲାଜ୍‌ମା ଥେରାପି ଏକ ଉପାଦେୟ ପଦ୍ଧତି ଭାବରେ ପ୍ରମାଣିତ ହୋଇଛି । କୋରାପୁଟ ମେଡିକାଲ କଲେଜରେ ଆଉ ଏକ ପ୍ଲାଜ୍‌ମା ବ୍ୟାଙ୍କ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ଆସନ୍ତା ସପ୍ତାହ ସୁଦ୍ଧା ସ୍ଥାପନ କରାଯିବ ବୋଲି ଜଣାଯାଇଛି।
ପରିଶେଷରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ବର୍ଷାଜନିତ ପରିସ୍ଥିତି, କୃଷି କାର୍ଯ୍ୟକ୍ରମ, ଜୀବିକା ସୃଷ୍ଟି କାର୍ଯ୍ୟକ୍ରମ ଏବଂ ଏମ୍ଏସ୍‌ଏମ୍‌ଇ ସଂପର୍କରେ ବିଭିନ୍ନ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ। କୃଷି କ୍ଷେତ୍ରରେ ସମସ୍ତ କାର୍ଯ୍ୟ ଯେପରି ସୂଚାରୁରୂପେ ଜାରି ରହିବ ଓ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ, ସେଥିପ୍ରତି ଗୁରୁତ୍ବ ଦେବାପାଇଁ ସେ ଅଧିକାରୀମାନଙ୍କୁ ଦୃଢ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟରେ ୟୁରିଆ ସାର ସ୍ଥିତି ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଚାରି ବୁଝି ଥିଲେ କରିଥିଲେ।
ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ କୋଭିଡ ମୃତ୍ୟୁ ହାର କମ୍‌ କରିବା ପାଇଁ ଭେଷଜ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟ ଦ୍ବାରା ୭ଟି ମେଡିକାଲ କଲେଜର ପ୍ରଫେସର ମାନଙ୍କୁ ନେଇ ବୈଷୟିକ ଟିମ୍ ଗଠନ କରାଯାଇଛି। ସେମାନେ ଏ କ୍ଷେତ୍ରରେ ଉପଯୁକ୍ତ ପରାମର୍ଶ ଦେଇ କୋଭିଡ ଚିକିତ୍ସାକୁ ଫଳପ୍ରଦ କରିବାପାଇଁ ଉଦ୍ୟମ ଜାରି ରଖିଛନ୍ତି।
ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ ମହାପାତ୍ର ରାଜ୍ୟରେ କୋଭିଡ ମୁକାବିଲା ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରିଥିଲେ। ବାଲେଶ୍ବର, ମୟୁରଭଞ୍ଜ ଓ ଭଦ୍ରକର କୋଭିଡ ରୋଗୀମାନଙ୍କ ଚିକିତ୍ସା ପାଇଁ ବାଲେଶ୍ବରରେ ଏକ ପ୍ଲାଜମା ଷ୍ଟୋରେଜ୍ ୟୁନିଟ ସ୍ଥାପନ କରାଯାଇଛି ବୋଲି ସେ ସୂଚନା ଦେଇଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ମଧ୍ୟ କୋଭିଡ ପରିଚାଳନା ସଂପର୍କରେ ତଥ୍ୟ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, ଗୃହ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକମାନେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନା ସଂଚାଳନା କରିଥିଲେ

Leave A Reply

Your email address will not be published.