ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଯୋଶୀମଠରେ ହେଲିକପ୍ଟର ଦୁର୍ଘଟଣା, ୬ ମୃତ

0

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଯୋଶୀମଠ ନିକଟରେ ଏକ ହେଲିକପ୍ଟର ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ପାଇଲଟଙ୍କ ସମେତ ୫ ଜଣ ଯାତ୍ରୀ ଅଛନ୍ତି। ହେଲିକପ୍ଟରଟି ବଦ୍ରିନାଥ ଧାମରୁ ଯାତ୍ରୀଙ୍କୁ ନେଇ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁଯାୟୀ, ଟ୍ରାନ୍ସ ଭାରତ କମ୍ପାନୀର ହେଲିକପ୍ଟରଟି ଯୋଶୀମଠର ମାରୱାଡ଼ି ଅଞ୍ଚଳ ନିକଟ ଚାୟ ଗାଁ ପାହାଡ଼ ପାଖରେ ଥିବା ସମୟରେ ହଠାତ୍‌ ଏହା ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ପରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଥିଲା। ଘଟଣା ସମ୍ପର୍କରେ ଖବର ପାଇ ପ୍ରଶାସନିକ ଟିମ୍‌ ଘଟଣାସ୍ଥଳକୁ ପହଞ୍ଚିଥିଲା। ଚମୋଲିର ଅତିରିକ୍ତ ଜିଲ୍ଲାପାଳ ବିବେକ ପ୍ରକାଶଙ୍କ ସୂଚନା ଅନୁଯାୟୀ, ହେଲିକପ୍ଟରର ସନ୍ଧାନ ପାଇଁ ଅଞ୍ଚଳରେ ସର୍ଚ୍ଚ ଓ ରେସ୍କ୍ୟୁ ଅଭିଯାନ ଚାଲିଥିଲା। ତେବେ ଦୁର୍ଘଟଣାର କାରଣ ଜଣାପଡ଼ିନାହିଁ।

Leave A Reply

Your email address will not be published.