ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

NAAC ମାନ୍ୟତା ପାଇଁ ପଦକ୍ଷେପ ନେଲେ ସରକାର

0

ଭୁବନେଶ୍ବର:ରାଜ୍ୟର ୭ଟି ବିଶ୍ୱବିଦ୍ୟାଳୟର NAAC ମାନ୍ୟତା ନବୀକରଣ ପାଇଁ ପଦକ୍ଷେପ ନେଇଛି ଉଚ୍ଚଶିକ୍ଷା ବିଭାଗ। ଏନେଇ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ନବୀକରଣ ତାଲିକାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ, ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ବିକ୍ରମ ଦେବ ବିଶ୍ୱବିଦ୍ୟାଳୟ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ଧରଣୀଧର ବିଶ୍ୱବିଦ୍ୟାଳୟ, ଏମ୍‌ଏସ୍‌ ଆଇନ ବିଶ୍ୱବିଦ୍ୟାଳୟ ଓ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ରହିଛି।

ଏହି ପ୍ରକ୍ରିୟାରେ ରାଜ୍ୟ ସରକାର ସମ୍ପୃକ୍ତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ। ଏଥିପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ସହ ମଧ୍ୟ ଉଚ୍ଚଶିକ୍ଷା ବିଭାଗ ଯୋଗାଯୋଗରେ ରହିଛି।

ଅନ୍ୟପଟେ, ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ କୁଳପତି ନିଯୁକ୍ତି ପ୍ରକ୍ରିୟା ଶେଷ ହୋଇଛି। ସେହିପରି ୧୪୦୦ରୁ ଅଧିକ ପ୍ରାଧ୍ୟାପକ, ସହ ପ୍ରାଧ୍ୟାପକ ଓ ସହକାରୀ ପ୍ରାଧ୍ୟାପକ ପଦବୀ ପୂରଣ ପାଇଁ ସାକ୍ଷାତକାର ଚାଲିଛି। ଆସନ୍ତା ଦୁଇ ମାସ ମଧ୍ୟରେ ଏହି ପ୍ରକ୍ରିୟା ଶେଷ ହେବ ବୋଲି ଆଶା ରଖିଛି ବିଭାଗ।

Leave A Reply

Your email address will not be published.