ପ୍ରମୁଖ ଖବର

୨୦୨୯ ସୁଦ୍ଧା ଭାରତ-ଇଟାଲୀ ବାଣିଜ୍ୟ ୨୦ ବିଲିୟନ ୟୁରୋ ଲକ୍ଷ୍ୟ
ଭାରତର ପ୍ରଥମ ସ୍ୱଦେଶୀ ବାର୍ଡ ଫ୍ଲୁ ଟିକା ବିକଶିତ
ନଭେମ୍ବର ୧୯ରେ ଶିଳ୍ପ ସମ୍ମିଳନୀ ଉଦ୍‌ଘାଟନ କରିବେ ମୋଦୀ
ଜବଲପୁର ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ପାର୍ସଲ ବଗିକୁ ବ୍ୟାପିଲା ନିଆଁ
ଉତ୍ତରପ୍ରଦେଶରେ ତୃତୀୟ ଥର ସରକାର ଗଠନ ନେଇ ଯୋଗୀଙ୍କ ଆଶା
ବିହାରରେ ସେନ୍‌କୋ ଗୋଲ୍ଡରୁ ୪୦ କୋଟିର ଅଳଙ୍କାର ଲୁଟ୍‌

ଦୁର୍ବଳ ହେଲା ବାତ୍ୟା ଅକୱାନ, ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

0

ଭୁବନେଶ୍ବର: ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କରିବା ପରେ ଦୁର୍ବଳ ହୋଇଛି ବାତ୍ୟା ଆକଭାନ। ଏହା ଗଭୀର ଅବପାତରେ ପରିଣତ ହୋଇଛି। ପ୍ରାୟ ୪ ଘଣ୍ଟା ଧରି ଚାଲିଥିଲା ସ୍ଥଳଭାଗ ଅତିକ୍ରମ ପ୍ରକ୍ରିୟା। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ରହିଥିବା ବେଳେ ଝଟକା ପବନର ବେଗ ୯୦ କିଲୋମିଟର ଛୁଇଁଥିଲା।

ବାତ୍ୟା ଦୁର୍ବଳ ହେବା ସହ ପବନର ବେଗ ମଧ୍ୟ ହ୍ରାସ ପାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ବର୍ତ୍ତମାନ ପବନର ବେଗ ଘଣ୍ଟାପ୍ରତି ୫୫ରୁ ୬୫ କିଲୋମିଟର ରହିଥିବା ବେଳେ ଝଟକା ପବନ ୭୫ କିଲୋମିଟର ବେଗରେ ବହୁଛି। ଆଗାମୀ ୬ ଘଣ୍ଟାରେ ଏହା ଅବପାତରେ ଏବଂ ପରବର୍ତ୍ତୀ ୬ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏପଟେ ଆଗାମୀ ୨୪ ଘଣ୍ଟା ରାଜ୍ୟରେ ବର୍ଷା ଜାରି ରହିବା ଆଶଙ୍କା ଥିବାରୁ ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଢେଙ୍କାନାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ।

ସେହିପରି ୧୦ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ତେବେ ରାଜ୍ୟର କୌଣସି ସ୍ଥାନ ପାଇଁ ରେଡ୍ ଆଲର୍ଟ ନାହିଁ। ଆସନ୍ତା ଶନିବାରଠାରୁ ବର୍ଷାର ପରିମାଣ ଯଥେଷ୍ଟ କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Leave A Reply

Your email address will not be published.