ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଡିଆରଡିଓ ପକ୍ଷରୁ ଅଭ୍ୟାସ ବିମାନର ସଫଳ ପରୀକ୍ଷଣ

0

ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ଉଚ୍ଚ ଗତିଯୁକ୍ତ ଆକାଶମାର୍ଗରେ ଲକ୍ଷ୍ୟ ଭେଦକାରୀ ଅଭ୍ୟାସ ବିମାନର ପରୀକ୍ଷା ସଫଳତାର ସହ କରାଯାଇଛି । ଓଡିଶାର ବାଲେଶ୍ଵରସ୍ଥିତ ଆଇଟିଆରରୁ ଏହି ପରୀକ୍ଷା ସମ୍ପନ୍ନ ହୋଇଛି । ପରୀକ୍ଷା ସମୟରେ ଦୁଇଟି ପରୀକ୍ଷାମୂଳକ ଯାନକୁ ସଫଳତାର ସହିତ ଉଡ଼ାଯାଇଥିଲା । ଏହି ଯାନ ବିଭିନ୍ନ କ୍ଷେପଣାସ୍ତ୍ର ପଦ୍ଧତିର ମୂଲ୍ୟାୟନ ପାଇଁ ଲକ୍ଷ୍ୟ ଭାବେ ବ୍ୟବହାର କରାଯାଇଥାଏ ।

ଡିଆରଡିଓର ବିମାନ ବିକାଶ ପ୍ରତିଷ୍ଠାନ (ଏଡିଇ) ପକ୍ଷରୁ ଅଭ୍ୟାସର ପରିପାଟି ବିକଶିତ ହୋଇଛି । ଏହି ବାୟୁ ଯାନ ଦୁଇଟି ଅଣ୍ଡର ସ୍ଲଙ୍ଗ ବୁଷ୍ଟର ସାହାଯ୍ୟରେ ଛଡା ଯାଇଥାଏ । ଗ୍ରାଉଣ୍ଡ କଣ୍ଟ୍ରୋଲ ଷ୍ଟେସନରୁ ଲାପଟପ ଜରିଆରେ ଏହି ବାୟୁ ଯାନର ଗତିବିଧି ଓ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରାଯାଇଥାଏ ।

ପରୀକ୍ଷା ବେଳେ 5 କିଲୋମିଟର ଉଚ୍ଚତାରେ ଏହାକୁ ବ୍ୟବହାର କରାଯାଏ ଏବଂ ଏହି ଯାନ ସଫଳତାର ସହ ସମସ୍ତ ଲକ୍ଷ୍ୟ ହାସଲ କରିପାରୁଥିବା ଜଣାପଡୁଛି ।

Leave A Reply

Your email address will not be published.