ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ବ୍ୟୋମକେଶଙ୍କୁ ଯୁବ ଓ ଦେବୀଙ୍କୁ ଛାତ୍ରଙ୍କ ଦାୟିତ୍ବ

0

ଭୁବନେଶ୍ବର: ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଆଜି ବିଧାୟକ ବ୍ୟୋମକେଶ ରାୟଙ୍କୁ ବିଜୁ ଯୁବ ଜନତା ଦଳର ରାଜ୍ୟସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ବିଜେଡି ଗଣମାଧ୍ୟମ ବ୍ୟାପାର ଦାୟିତ୍ବରେ ଥିବା ସାଧାରଣ ସଂପାଦକ ମାନସ ରଂଜନ ମଙ୍ଗରାଜ ଏ ନେଇ ପ୍ରେସ ବିବୃତିରେ ଜଣାଇଛନ୍ତି। ଶ୍ରୀ ରାୟ ଚାନ୍ଦବାଲି ବିଧାୟକ ଅଛନ୍ତି ଓ ଦଳର ସାଧାରଣ ସଂପାଦକ (ଛାତ୍ର ବ୍ୟାପାର) ଦାୟିତ୍ବରେ ବି।

ସେହିପରି ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ବାଙ୍କୀ ବିଧାୟକ ଦେବୀ ରଂଜନ ତ୍ରିପାଠୀଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ବିଜେଡି ଯୁବ ଓ ଛାତ୍ର ଟିମ୍ ନବୀନ ଘୋଷଣା କରିଥିଲେ। ଶ୍ରୀ ତ୍ରିପାଠୀ ବିଜେଡିର ବରିଷ୍ଠ ନେତା ପ୍ରଭାତ ତ୍ରିପାଠୀଙ୍କ ପୁଅ। ଏଥର ପ୍ରଥମ ଥର ପାଇଁ ସେ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି।

ଏଥିସହିତ ବିଜେଡିର ଉଭୟ ଯୁବ ଓ ଛାତ୍ର ସଂଗଠନ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ଅଟକିଯାଇଛି। ଏପରିସ୍ଥଳେ ବିଜେଡି ମହିଳା ନେତୃତ୍ବ ପଶ୍ଚିମ ଓଡ଼ିଶାକୁ ଯାଇପାରେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି।

Leave A Reply

Your email address will not be published.