ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଏମ୍‌ଏସ୍‌ପି ବନ୍ଦର ପ୍ରଶ୍ନ ଉଠୁନାହିଁ :ଧର୍ମେନ୍ଦ୍ର

0
  • ରାଜ୍ୟରେ ମଣ୍ଡି ବ୍ୟବସ୍ଥା ବନ୍ଦ ହେବାର ନାହିଁ
  • ବାହାରେ ମଧ୍ୟ ଚାଷୀ ନିଜ ଉତ୍ପାଦ ବିକିପାରିବ
  • ଧାନର ଏମଏସପି କ୍ୱିଂଟାଲ ପ୍ରତି ୧୮୬୮ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ଭାରତବର୍ଷରେ ମୋଦୀ ସରକାରଙ୍କ ପରି ସମ୍ବେଦନଶୀଳ ସରକାର ଥିବା ପର୍ଯ୍ୟନ୍ତ ଦେଶରେ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବନ୍ଦ ହେବାର ପ୍ରଶ୍ନ ଉଠୁନାହିଁ ବୋଲି ଶନିବାର ଭୁବନେଶ୍ୱର ଠାରେ ବିଜେପି ପକ୍ଷରୁ ଭାରତ ସରକାରଙ୍କ ‘ନୂତନ କୃଷିନୀତି’ ଉପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ
ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଆଜି ଭୁବନେଶ୍ବରରେ ଶ୍ରୀ ପ୍ରଧାନ କହିଥିଲେ ଯେ ମୋଦୀ ସରକାରରେ ଅଣାଯାଇଥିବା ତିନୋଟି ବିଲ୍ ଯଥା କୃଷି ଉତ୍ପାଦନ ବ୍ୟାପାର ଓ ବାଣିଜ୍ୟ (ପ୍ରୋତ୍ସାହନ ଏବଂ ସରଳୀକରଣ) ବିଲ୍‌, ଚାଷୀ (ସଶକ୍ତୀକରଣ ଏବଂ ସୁରକ୍ଷା) ଚୁକ୍ତିଭିତିକ ମୂଲ୍ୟ ନିଶ୍ଚିତତା ଏବଂ କୃଷି ସେବା ବିଲ୍ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ (ସଂଶୋଧନ) ବିଲ୍ ସଂସଦରେ ଗୃହୀତ ହେବା ପରେ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଆଇନରେ ପରିଣତ ହୋଇଛି । ତେବେ ଏହି ବିଲ୍ ଦ୍ୱାରା ଏମଏସପି ବନ୍ଦ ହେବ ବୋଲି ଯେଉଁ ଅପପ୍ରଚାର ହେଉଛି ତାହା ସମ୍ପୂର୍ଣ୍ଣ ରୂପେ ମିଥ୍ୟା । ଓଡିଶା ଓ ଭାରତବର୍ଷରେ ଏମ୍‌ଏସ୍‌ପି ବ୍ୟବସ୍ଥା ପୂର୍ବଭଳି ଅପରିବର୍ତିତ ରହିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

କେନ୍ଦ୍ରମନ୍ତ୍ରୀ କହିଛନ୍ତି, ରାଜ୍ୟର ଚାଷୀ ମାନଙ୍କ ପାଖରୁ କେନ୍ଦ୍ର ସରକାର ୨୦୦୯ ରୁ ୨୦୧୪ ଆର୍ଥିକ ବର୍ଷ ମଧ୍ୟରେ ୧୪.୨୬ ମିଲିୟନ ମେଟ୍ରିକ ଟନ ଧାନ କିଣିଛନ୍ତି ଏବଂ ୨୦୧୩-୧୪ ଆର୍ଥିକ ବର୍ଷରେ ଧାନର ଏମଏସପି କ୍ୱିଟାଂଲ ପ୍ରତି ୧୩୧୦ ଟଙ୍କା ଥିଲା। ମାତ୍ର ମୋଦୀ ସରକାରରେ ଆର୍ଥିକ ବର୍ଷ ୨୦୧୪ ରୁ ୨୦୨୦ ମଧ୍ୟରେ ୨୨.୮୬ ମିଲିୟନ ମେଟ୍ରିକ୍ ଟନର ଧାନ କିଣାଯାଇଛି ଏବଂ ୨୦୨୦-୨୧ରେ ଧାନର ଏମଏସପି କ୍ୱିଂଟାଲ ପ୍ରତି ୧୮୬୮ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ସେହିପରି ବର୍ଷ ୨୦୧୪-୨୧ ଅଗଷ୍ଟ ମାସ ସୁଦ୍ଧା ୨୦,୨୭୨.୩୩ ଟନ ଡାଲି କିଣାଯାଇଛି ଏବଂ ଏହାର ଏମଏସପି କ୍ୱିଂଟାଲ ପ୍ରତି ୬୨୭୧.୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ବର୍ଷ ୨୦୧୪-୨୧ ଅଗଷ୍ଟ ମାସ ସୁଦ୍ଧା ଓଡ଼ିଶା ଚାଷୀଙ୍କ ଠାରୁ ୧୨,୯୫୭.୬୩ ଟନ ତୈଳଜାତ ସାମଗ୍ରୀ ଭାରତ ସରକାର କିଣିଛନ୍ତି ଓ ଏହାର ଏମଏସପି କ୍ୱିଟାଲ ପ୍ରତି ୪୩୫୧.୮୮ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ରାଜ୍ୟର ଚାଷୀମାନେ ପୂର୍ବରୁ କେବଳ ଏଗ୍ରିକଲଚ୍ୟୁରାଲ ପ୍ରଡ୍ୟୁସ ମାର୍କେଟ୍ କମିଟି(ଏପିଏମସି) ଅଧିନିୟମ ଅନୁଯାୟୀ ଲାଇସେନ୍ସପ୍ରାପ୍ତ ବ୍ୟବସାୟୀଙ୍କୁ ସେମାନଙ୍କ ଉତ୍ପାଦିତ ସାମଗ୍ରୀକୁ ବିକ୍ରି କରିବାକୁ ବାଧ୍ୟ ହୋଇଥିଲେ। ଏହି ଆଇନ ବଳରେ ଚାଷୀମାନେ ଏପିଏମସି ସହିତ ଏହାର ବାହାରେ ମଧ୍ୟ ମୁକ୍ତ ବଜାରରେ ନିଜର ସାମଗ୍ରୀକୁ ବିକ୍ରି କରିପାରିବେ। ଅର୍ଥାତ୍ ନୂତନ କୃଷି ନୀତି ଦ୍ୱାରା ମଣ୍ଡି ବ୍ୟବସ୍ଥା ବନ୍ଦ ହେବନାହିଁ ଓ ମଣ୍ଡି ବାହାରେ ମଧ୍ୟ ଚାଷୀମାନେ ନିଜ ଉତ୍ପାଦିତ ସାମଗ୍ରୀକୁ ବିକି ପାରିବେ।

ଶ୍ରୀ ପ୍ରଧାନ କହିଛନ୍ତି ନୂଆ ନିୟମରେ ଚାଷୀ ଓ ବଜାର ମଧ୍ୟରେ ଏକାଧିକ ମଧ୍ୟସ୍ଥି ଓ ଦଲାଲି ବ୍ୟବସ୍ଥାକୁ ହଟାଯାଇ ଚାଷୀଙ୍କୁ ସିଧାସଳଖ ବଜାର ସହ ଯୋଡ଼ାଯାଇଛି। ଫଳରେ ଦେଶର ଯେକୌଣସି ବଜାରରେ ଚାଷୀମାନେ ଉତ୍ପାଦିତ ସାମଗ୍ରୀ ବିକ୍ରି କରିବାକୁ ସାମର୍ଥ୍ୟ ହେବେ। କୃଷିଜାତ ସାମଗ୍ରୀକୁ ସଂରକ୍ଷଣ କରି ରଖିବାର ବ୍ୟବସ୍ଥା ମଧ୍ୟ ବିଧେୟକରେ ରହିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ଚାଷୀଙ୍କ କଲ୍ୟାଣ ପାଇଁ ବିହିତ ପଦକ୍ଷେପ
ଗ୍ରହଣ କରିଛନ୍ତି। ଆତ୍ମନିର୍ଭର ଭାରତ ପ୍ୟାକେଜରେ ୧ ଲକ୍ଷ କୋଟିର କୃଷି ଭିତିଭୂମି ପାଣ୍ଠି, ୧୦ ହଜାର କୃଷି
ଉତ୍ପାଦନ ସଂସ୍ଥା(ଏଫପିଓ) ଗଠନ ପାଇଁ ଯୋଜନା ହୋଇଛି। ଏହି ଆଇନ ଦ୍ୱାରା ଉଭୟ ଓଡ଼ିଶା ଓ ଭାରତର
ଚାଷୀମାନେ ଲାଭବାନ ହେବେ । ଉତ୍ପାଦିତ ସାମଗ୍ରୀର ବର୍ଦ୍ଧିତ ସହାୟକ ମୂଲ୍ୟ ଚାଷୀମାନେ ପାଇପାରିବେ। କଂଟ୍ରାକ୍ଟ ଫାର୍ମିଂ ଦ୍ୱାରା କେବଳ ଚାଷୀର ଉତ୍ପାଦନ ଫସଲ କିଣିହେବ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ଚାଷୀଙ୍କ ପାଇଁ ଏପରି ବିଲ୍ ଆଣି ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି ବୋଲି ସେ କହିଛନ୍ତି।

ଭାରତର ଜିଡିପିରେ କୃଷି କ୍ଷେତ୍ର ଏକ ମହତ୍ୱପୂର୍ଣ୍ଣ ଭୂମିକା ରଖୁଛି। ତେଣୁ ଭାରତର ମୂଳ ଆଧାର କୃଷି
କ୍ଷେତ୍ରରେ ଅଭୁତପୂର୍ବ ପରିବର୍ତନ ଆଣିବା ଲକ୍ଷ୍ୟରେ ଏହି ବିଲ୍ ଅଣାଯାଇଥିଲା । ଏହି ବିଧେୟକ ଚାଷୀଙ୍କ ସ୍ୱାର୍ଥକୁ ସୁରକ୍ଷିତ ରଖିବା ସହ ସେମାନଙ୍କ ଦ୍ୱାରା ଉତ୍ପାଦିତ କୃଷିଜାତ ସାମଗ୍ରୀର ସଠିକ୍ ମୂଲ୍ୟ ଦେବ ଏବଂ ଉପଭୋକ୍ତାଙ୍କୁ ମଧ୍ୟ ସଠିକ୍ ମୂଲ୍ୟରେ ସାମଗ୍ରୀ ମିଳିପାରିବ। ସେ କହିଛନ୍ତି ପୂର୍ବରୁ ଚାଷୀମାନେ କେବଳ ଜୀବନଜୀବିକା ପାଇଁ ଚାଷ କରୁଥିଲେ। ମାତ୍ର ଏହି ନୂଆ କୃଷି ନୀତି ଦ୍ୱାରା ଯୁବ ଚାଷୀମାନେ କୃଷି ଉଦ୍ୟୋଗୀ ଭାବେ ନିଜକୁ ପ୍ରତିଷ୍ଠିତ କରିପାରିବେ ଏବଂ ସେମାନଙ୍କ ଆକାଂକ୍ଷାକୁ ପୂରଣ କରିପାରିବେ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ ରାଜ ଉପସଭାପତି ଭୃଗୁ ବକ୍ସିପାତ୍ର, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ
ହରିଚନ୍ଦନ, ଗୋଲକ ମହାପାତ୍ର, ରବି ନାଏକ ଓ ଡା.ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ସଂପାଦକ ଟଙ୍କଧର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.