ପ୍ରମୁଖ ଖବର

ଝାରଖଣ୍ଡ ନିର୍ବାଚନ: ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ
ଏନସିପିରେ ଯୋଗଦେଲେ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି
ସ୍ୱାଭାବିକ ହେଲା ଭୁବନେଶ୍ୱର ବିମାନସେବା
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ମାଓବାଦୀ ନିହତ
ବ୍ରହ୍ମବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ
ବାତ୍ୟାରେ ଘର ଭାଙ୍ଗିଯାଇଥିବା ପରିବାରକୁ ମିଳିବ ପକ୍କା ଘର: ରାଜସ୍ବ ମନ୍ତ୍ରୀ
ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ ସୁଟର ଗିରଫ

ଫିଲ୍ଟର, ଆକ୍ବାଗାର୍ଡକୁ ନା, ଏବେ ସିଧା ଟ୍ୟାପ୍ ପାଣି

0
  • ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମରେ ଏକ ଯୁଗାନ୍ତକାରୀ ପଦକ୍ଷେପ
  • ଭୁବନେଶ୍ବର ଓ ପୁରୀରେ ସୁଜଳ ଶୁଭାରମ୍ଭ କଲେ ନବୀନ
  • ମିସନ କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ
  • ୨୦୨୨ ସୁଦ୍ଧା ସବୁ ସହରର ସବୁ ଘରକୁ ପାଇପ ସଂଯୋଗରେ ପାଣି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଓ ପୁରୀରେ Drink from Tap Mission  ସୁଜଳ ଲୋକାର୍ପିତ କରିଛନ୍ତି । ଏହି ମିସନ କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ। ଏହାଦ୍ବାରା ଲୋକମାନେ ଉନ୍ନତ ଦେଶର ଲୋକମାନଙ୍କ ପରି ସିଧାସଳଖ ଟ୍ୟାପ୍‌ରୁ ପାଣି ଆଣି ପିଇ ପାରିବେ। ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମର ଆଧାରରେ ବ୍ୟବସ୍ଥାର ରୂପାନ୍ତର ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି ଏବଂ ୫-ଟିର ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଆଜି ଭୁବନେଶ୍ବର ଓ ପୁରୀରୁ “Drink from Tap Mission-SUJAL” ଆରମ୍ଭ କରାଗଲା । ଏହାଦ୍ବାରା ଏହି ଦୁଇ ସହରର ଏକ ଲକ୍ଷ ଅଶୀ ହଜାରରୁ ଅଧିକ ଲୋକ ଉପକାର ପାଇବେ। ରାଜ୍ୟରେ ସବୁ ଅଞ୍ଚଳରେ ପର୍ଯ୍ୟାୟଵାରି ଏହାକୁ  କାର୍ଯ୍ୟକାରୀ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକଶିତ ଦେଶ ମାନଙ୍କରେ ଲୋକମାନେ ସିଧା ଟ୍ୟାପରୁ ପାଣି ପିଅନ୍ତି । ପାଣି ଗରମ କରିବା, ଫିଲଟର କରିବା ବା  ଆକ୍ବାଗାର୍ଡ  ଆଦି ମେସିନ୍‌ ଦରକାର ହୁଏ ନାହିଁ । କାରଣ ସେମାନେ ସିଧା ଟ୍ୟାପରୁ ଭଲ ପିଇବା ପାଣି ପାଆନ୍ତି ।

ଭୁବନେଶ୍ବରର ସାଲିଆ ସାହି ଓ ପୁରୀର ମଶାଣୀଚଣ୍ଡୀରେ ଆଜିର ଏହି କାର୍ଯ୍ୟକ୍ରମ ଲୋକାର୍ପିତ ହୋଇଛି। ସାଲିଆ ସାହିରେ ମନ୍ତ୍ରୀ ଅଶୋକ ପଣ୍ଡା ଓ ବିଧାୟକ ଶ୍ରୀ ସୁଶାନ୍ତ ରାଉତ ଏବଂ ପୁରୀରେ ମନ୍ତ୍ରୀ ତୃଷାରକାନ୍ତି ବେହେରା ଓ ବିଧାୟକ ଜୟନ୍ତ ଷଡଙ୍ଗୀ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଲୋକାର୍ପଣ କରିଥିଲେ।  ଜଳସାଥି ମାନଙ୍କୁ ଜଳର ମାନ ପରୀକ୍ଷା ଯନ୍ତ୍ର ପ୍ରଦାନ କରାଯାଇଥିଲା ଏବଂ ପାଣି ପାଇପ୍ ମିସ୍ତ୍ରୀ ମାନଙ୍କୁ ପ୍ରଶିକ୍ଷଣ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୁରୀ ହେଉଛି ଏକ ବଡ ପର୍ଯ୍ୟଟନ କେନ୍ଦ୍ର।   ପ୍ରତିଦିନ ବହୁତ ପର୍ଯ୍ୟଟକ ଏଠାକୁ ଆସନ୍ତି । ସେମାନେ ପାଣି ପାଇଁ ପ୍ଲାଷ୍ଟିକ ବୋତଲ ବ୍ୟବହାର କରନ୍ତି । ତେଣୁ “ଏହି କାର୍ଯ୍ୟକ୍ରମ ଦ୍ବାରା ପୁରୀରୁ ପ୍ଲାଷ୍ଟିକ ପ୍ରଦ୍ୟୁଷଣ କମିଯାଇ ପାରିବ । ଭୁବନେଶ୍ବର ସହିତ  ଗୋପାଳପୁର, ଦିଗପହଣ୍ଡି ଓ କାଶୀନଗରରେ ସବୁ ଘରକୁ ଆମେ  ପାଇପ ଵାଟର ସୁବିଧା ଦେଇପାରିଛୁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କୁ ଭଲ ପିଇବା ପାଣି ଯୋଗାଇ ଦେବା ଆମର ପ୍ରାଥମିକତା  ବୋଲି ସୂଚାଇଥିଲେ।

ମାର୍ଚ୍ଚ ୨୦୨୨ ସୁଦ୍ଧା ରାଜ୍ୟର ସବୁ ସହରର ସବୁ ଘରକୁ ପାଇପ ସଂଯୋଗ ଯୋଗାଇ ଦିଆଯିବ ବୋଲି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ କ୍ଷେତ୍ରରେ ଓଡିଶା ଦେଶର ପ୍ରଥମ ରାଜ୍ୟ ହେବ।  ଏହି ଅବସରରେ ସେ ରାଜ୍ୟର ଆଉ ୧୫ଟି ସହର ପାଇଁ “Drink from Tap Mission” ଘୋଷଣା କରିଥିଲେ। ଏହାଦ୍ବାରା ୧୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ ଏବଂ ଏଥିପାଇଁ ରାଜ୍ୟ ସରକାର ୧୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ।

ଏହି କାର୍ଯ୍ୟକ୍ରମରେ ଭଦ୍ରକରୁ ଯୋଗ ଦେଇ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ପ୍ରେରଣା ଯୋଗୁ ଆଜି ଓଡିଶା “Drink from Tap Mission”ରେ ଦେଶର ପ୍ରଥମ ରାଜ୍ୟ ହୋଇପାରିଛି। ୫-ଟି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସବୁ କ୍ଷେତ୍ରରେ ରୂପାନ୍ତରୀକରଣ ପ୍ରକ୍ରିୟା ପାଇଁ ନିଷ୍ଠାର ସହ କାମ କରୁଛି ବୋଲି ସେ କହିଥିଲେ।

 ଏହି କାର୍ଯ୍ୟକ୍ରମରେ ଦିଲ୍ଲୀରୁ ଯୋଗ ଦେଇ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ସଚିବ ଦୁର୍ଗା ଶଂକର ମିଶ୍ର ଏହି କାର୍ଯ୍ୟକ୍ରମ ପାଇଁ ଓଡିଶା ସରକାରଙ୍କୁ ଅଭିନନ୍ଦନ ଜଣାଇ କହିଥିଲେ ଯେ ଓଡିଶା ଏମିତି କିଛି ସଫଳତା ପାଇଛି, ଯାହା କି ଦେଶରେ ପ୍ରଥମ । ଏହାଦ୍ବାରା ଅନେକ କ୍ଷେତ୍ରରେ ପରିବର୍ତ୍ତନର ଝଲକ ଦେଖିବାକୁ ମିଳୁଛି । ବୈଷୟିକ ଜ୍ଞାନର ବ୍ୟବହାର, ଜଳସାଥି ମାନଙ୍କର ନିୟୋଜନ, ଶକ୍ତି ସଂରକ୍ଷଣ, ଜଳବାହିତ ରୋଗର ନିୟନ୍ତ୍ରଣ, ଏହିପରି ଅନେକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହୋଇପାରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ କାର୍ଯ୍ୟକ୍ରମ ରୂପାୟନ ବୈଠକରେ ଅଧ୍ୟକ୍ଷତା କରିବା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ Drink from Tap କାର୍ଯ୍ୟକ୍ରମ ସାଲିଆ ସାହିରୁ ଆରମ୍ଭ କରିବା ପାଇଁ ଇଚ୍ଛା ପ୍ରକାଶ କରିଥିଲେ। ଏହାଦ୍ବାରା ସାଲିଆ ସାହିର ଗରିବ ଲୋକ  ଆଧୁନିକ ବୈଷୟିକ ଜ୍ଞାନର ସୁଫଳ ପାଇପାରିବେ ଏବଂ  ସବୁ ଘରକୁ ପାଣି ପାଇପ ସଯୋଗ ସହ  କଳରୁ ସିଧାସଳଖ ବିଶୁଦ୍ଧ ପାଣି ବ୍ୟବହାର କରିପାରିବେ ବୋଲି ସେ କହିଥିଲେ। ଆଜି ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ସାକାର ହୋଇଛି ବୋଲି ପ୍ରକାଶ କରି ଶ୍ରୀ ପାଣ୍ଡିଆନ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ।

ଓ୍ବାଟର ଏଡ୍, ୟୁନାଇଟେଡ୍ କିଙ୍ଗ୍‌ଡମ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଟିମ୍ ୱେନ୍‌ରାଇଟ୍‌  କହିଲେ ଏହି କାର୍ଯ୍ୟକ୍ରମରେ ଜଳସାଥି ମାନଙ୍କର ନିୟୋଜନ ଏକ ଅଭିନବ ପ୍ରୟାସ । ଏଥିରୁ ସମଗ୍ର ବିଶ୍ବ ସମୁଦାୟକୁ ଶିଖିବାର ଅଛି। “Drink from Tap Mission”ରେ ଭାରତ, ବିଶେଷକରି ଓଡିଶା ଯଥେଷ୍ଟ ଅଗ୍ରଗତି କରିଛି ବୋଲି ସେ କହିଥିଲେ।  ଓଡିଶାକୁ ଏହି କାର୍ଯ୍ୟକ୍ରମ ପାଇଁ ସବୁପ୍ରକାର ସହାୟତା ଯୋଗାଇ ଦେବ ବୋଲି ସେ ପ୍ରତିଶୃତି ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିସନର ଏବଂ ଭୁବନେଶ୍ବରରେ  ଓ ପୁରୀରେ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Leave A Reply

Your email address will not be published.