ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଅତି ପ୍ରବଳ ବର୍ଷା ଧରି ଆସିବ ଲଘୁଚାପ

0

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହି କ୍ଷେତ୍ର ଘନୀଭୂତ ହୋଇ ଚିହ୍ନିତ ଲଘୁଚାପ ରେ ପରିଣତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିବ।

ପାଣିପାଗ ଚିତ୍ର ସଂପର୍କରେ ସାର୍ଥକ ମିଶ୍ରଙ୍କ ପୂର୍ବାନୁମାନ କହୁଛି, ଏହି କ୍ଷେତ୍ର ପ୍ରଭାବରେ ରାଜ୍ୟ ରେ ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା ଅଛି। ବିଶେଷ କରି ଦକ୍ଷିଣ- ଆଭ୍ୟନ୍ତର ଉପକୂଳ ଓଡ଼ିଶା ରେ ୨୩ ତାରିଖ ଯାଏଁ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବ।

ଗଞ୍ଜାମ , ଗଜପତି, ମାଲକାନଗିରି, କୋରାପୁଟ,ରାୟଗଡ଼ା ଜିଲ୍ଲା ରେ ଅଧିକ ବର୍ଷା ହୋଇପାରେ। କିଛି ସ୍ଥାନରେ ୨୦୦ ମିଲିମିଟର ବର୍ଷା ହେବା ସମ୍ଭାବନାକୁ ଏଡ଼ାଇ ଦେଇ ହେବନାହିଁ। ସେହିପରି ପୁରୀ , ଖୋର୍ଦ୍ଧା, ନୟାଗଡ଼, ଜଗତସିଂପୁର, କଟକ , ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଉଛି। ରାଜ୍ୟ ର ଅନ୍ୟ ଅଞ୍ଚଳ ମାନଙ୍କରେ ଘଡ଼ଘଡ଼ି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ସମ୍ଭାବ୍ୟ ଲଘୁଚାପ ପ୍ରଭାବ ରେ ୧୯ ରୁ ୨୨ ଯାଏ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ର ଉପକୂଳରେ ପବନର ବେଗ ଅଧିକ ରହିବା ହେତୁ ଏହି ସମୟରେ ସମୁଦ୍ର କୁ ଯିବା ମନା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଓ ଏହାର ଆଖପାଖ ଜିଲ୍ଲା ମାନଙ୍କରେ ବଜ୍ରପାତ ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଅକ୍ଟୋବର ୧ ରୁ ଆଜି ଯାଏ ରାଜ୍ୟରେ ୯୧% ଅଧିକ ବର୍ଷା ରେକର୍ଡ ହୋଇଛି ।

Leave A Reply

Your email address will not be published.