ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ସ୍କୁଲ ପାଠ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ

0

ଭୁବନେଶ୍ବର: ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ବିଜ୍ଞପ୍ତି ପ୍ରକାଶିତ ହୋଇଛି।

ସୂଚନାଯୋଗ୍ୟ ଯେ ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି ଏବଂ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମଇ ୩୦ ତାରିଖରେ ସାରା ରାଜ୍ୟ ତଥା ସାରା ବିଶ୍ବର କୋଣ ଅନୁକୋଣରେ ଥିବା ଓଡିଆ ଭାଇ ଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ।

ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡିଆ ଜାତୀୟତାର ଭାବକୁ ସୁଦୃଢ କରିବା ସହିତ ଓଡିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

Leave A Reply

Your email address will not be published.