ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ସ୍କୁଲ ପାଠ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ

0

ଭୁବନେଶ୍ବର: ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ବିଜ୍ଞପ୍ତି ପ୍ରକାଶିତ ହୋଇଛି।

ସୂଚନାଯୋଗ୍ୟ ଯେ ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି ଏବଂ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମଇ ୩୦ ତାରିଖରେ ସାରା ରାଜ୍ୟ ତଥା ସାରା ବିଶ୍ବର କୋଣ ଅନୁକୋଣରେ ଥିବା ଓଡିଆ ଭାଇ ଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ।

ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡିଆ ଜାତୀୟତାର ଭାବକୁ ସୁଦୃଢ କରିବା ସହିତ ଓଡିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

Leave A Reply

Your email address will not be published.