ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଶ୍ରମ ବିଭାଗ ଆଣିଲା ‘ପରିଶ୍ରମ’ ପୋର୍ଟାଲ

0

ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗର ପରିଶ୍ରମ ପୋର୍ଟାଲର ଲୋକାର୍ପଣ
ସବୁ ଶ୍ରମ ଆଇନ ଓ ୨୨ ପ୍ରକାର ସେବା ଅନ୍‌ଲାଇନ୍‌ରେ ଉପଲବ୍‌ଧ ହେଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମର ଅଂଶ ସ୍ବରୂପ ରାଜ୍ୟ ଶ୍ରମ ଓ କର୍ମଚାରୀ ବୀମା ବିଭାଗର ପରିଶ୍ରମ ପୋର୍ଟାଲର ଲୋକାର୍ପଣ କରିବା ସହିତ ୨୨ ପ୍ରକାର ଅନ୍‌ଲାଇନ ସେବାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ୫-ଟି କାର୍ଯ୍ୟକ୍ରମର ମୁଖ୍ୟ ଆଧାର ହେଉଛି ବୈଷୟିକ କୌଶଳ। ଏହା ହିଁ ପରିବର୍ତ୍ତନର ମାର୍ଗକୁ ଅଧିକ ସୁଗମ କରିଥାଏ। ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗ ଦ୍ବାରା ଆରମ୍ଭ କରାଯାଇଥିବା ପରିଶ୍ରମ ପୋର୍ଟାଲ ଓ ୨୨ ପ୍ରକାର ସେବା ସ୍ବଚ୍ଛନ୍ଦ ବ୍ୟବସାୟ (Ease of Doing Business) ପାଇଁ ବିଶେଷ ସହାୟକ ହେବ ଏବଂ ଏହା ସହିତ ରାଜ୍ୟରେ ସାମଗ୍ରିକ ଶିଳ୍ପ ଅଭିବୃଦ୍ଧିରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିବ।

ଏହି ପୋର୍ଟାଲରେ ଜନସାଧାରଣଙ୍କ ନିମନ୍ତେ ବିଭିନ୍ନ ଶ୍ରମ ଆଇନ ସଂପର୍କରେ ସୂଚନା ଉପଲବ୍‌ଧ ହେବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ବିଭିନ୍ନ ଶିଳ୍ପସଂସ୍ଥାନ, ବ୍ୟାବସାୟିକ ପ୍ରତିଷ୍ଠାନ, କ୍ଷୁଦ୍ର ଉଦ୍ୟୋଗୀ ଓ ଜନସାଧାରଣ ଉପକୃତ ହେବେ। ଆଗାମୀ ଦିନରେ ଏହି ପୋର୍ଟାଲରେ ୫୨ ପ୍ରକାର ସେବା ଉପଲବ୍‌ଧ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଶ୍ରମ ଓ କର୍ମଚାରୀ ବୀମା ବିଭାଗର ଅଧିକାରୀ ଓ କର୍ମଚାରୀମାନେ ସେବା ମନୋବୃତ୍ତି ସହିତ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସେବା ଗୁଡିକୁ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ସୁଶାନ୍ତ ସିଂ କହିଥିଲେ ଯେ ଆଜିର ଏହି ନୂତନ ପୋର୍ଟାଲର ଉନ୍ମୋଚନ ଓ ଅନ୍‌ଲାଇନ ସେବା ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପିତ ଶିଳ୍ପସମୃଦ୍ଧ ଓଡିଶା ଗଠନରେ ସହାୟକ ହେବ। ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନାକୁ କାର୍ଯ୍ୟକାରୀ କରିବା ଦିଗରେ ବିଭାଗ ନିଷ୍ଠାର ସହ କାର୍ଯ୍ୟ କରୁଛି ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ବ୍ୟାବସାୟିକ ପଦ୍ଧତିର ସରଳୀକରଣକୁ ପ୍ରୋତ୍ସାହିତ କରିବାପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ନୂଚନ ପୋର୍ଟାଲକୁ ପ୍ରସ୍ତୁତ କରାଯାଇଛି। ଆଜିର ଏହି ୨୨ଟି ଅନ୍‌ଲାଇନ ସେବା ରାଜ୍ୟର ଉଦ୍ୟୋଗୀ ମାନଙ୍କୁ ଅନ୍‌ଲାଇନ ଜରିଆରେ ପଞ୍ଜୀକରଣ ପ୍ରମାଣପତ୍ର, ଲାଇସେନ୍‌ସ, କାରଖାନାର ନୂତନ ନକ୍‌ସାର ଅନୁମୋଦନ, ଲାଇସେନ୍‌ସର ବଦଳିକରଣ, ବାଷ୍ପିତ୍ର ନିରୀକ୍ଷଣ ଓ ସାମୟିକ ନବୀକରଣ ଆଦି ଅନେକ ସୁବିଧା ମିଳିପାରିବ। ଏଥିସହିତ ପୋର୍ଟାଲରୁ ବିଭାଗ ଅଧିନସ୍ଥ ଶ୍ରମ ଆଇନ ସହିତ ଫର୍ମ, ବିଭିନ୍ନ ସେବା ନିମନ୍ତେ ଆବେଦନ ପ୍ରକ୍ରିୟା ଓ ପୈଠର ପରିମାଣ ସଂପର୍କରେ ସୂଚନା ମିଳିପାରିବ।

ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ସଚିବ ଚିତ୍ରା ଅରମୁଗମ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ କମିସନର ତିରୁମଲ୍ଲା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ପୋର୍ଟାଲ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିସନର ସୁରେଶ ଚନ୍ଦ୍ର ମହାପାତ୍ର, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ, ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ଆଇ.ଟି ବିଭାଗର ସଚିବ ମନୋଜ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

Leave A Reply

Your email address will not be published.