ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଆର୍‌ଏସ୍‌ପିରେ ଗ୍ୟାସ ଲିକ୍, ୨ମୃତ

0

ଭୁବନେଶ୍ବର: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଭାବନୀୟ ଘଟଣା ଘଟିଛି। କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ଗ୍ୟାସ୍ ଲିକ୍ ଯୋଗୁଁ ୧୦ ଜଣ ଠିକା ଶ୍ରମିକ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଦୁଇଜଣ ଗୁରୁତର ଥିବା ବେଳେ ବାକି ୬ଜଣ ଶ୍ରମିକ ଆପାତତଃ ସୁସ୍ଥ ଥିବା କୁହାଯାଉଛି।

ଆଜି ସକାଳ ପ୍ରାୟ ସାଢେ ନଅଟା ବେଳେ ଏହି ଘଟଣା ଘଟିଥିଲା। ତୁରନ୍ତ ଅଗ୍ନିଶମ କର୍ମଚାରୀମାନେ ଆସି ଗ୍ୟାସ୍ ଲିକ୍‌ରେ ଫସିଥିବା ଶ୍ରମିକମାନଙ୍କୁ ଉଦ୍ଧାର କରିଥିଲେ। ପ୍ରଥମେ ସେମାନଙ୍କୁ ପ୍ଲାଣ୍ଟ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଇସ୍ପାତ ଜେନେରାଲ୍ ହସ୍ପିଟାଲକୁ ପଠାଯାଇଥିଲା।

କେଉଁ ପରିସ୍ଥିତିରେ ବିଷାକ୍ତ ଗ୍ୟାସ୍ ଲିକ୍ ହେଲା, ତାହା ଜଣାପଡ଼ିନାହିଁ। ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ଯାଞ୍ଚ ଚଳାଇଛନ୍ତି। ସେପଟେ ଏହାକୁ ନେଇ ଶ୍ରମିକ ସଂଗଠନମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହିତ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।

Leave A Reply

Your email address will not be published.