ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଡରାଇଲା ପାଣିପାଗ ବିଭାଗ

0

ଭୁବନେଶ୍ୱର: ରବିବାର ଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୪ ଦିନ ଧରି ଘଡଘଡି ସହିତ ବର୍ଷା ଲାଗିରହିବ । ଆଜି ସ୍ୱତନ୍ତ୍ର ରିଲିଫ୍‍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି । ଦିନର ତାପମାତ୍ରା ୪ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବଢିଯାଇପାରେ । ସବୁଠାରୁ ବଡ କଥା ହେଉଛି, ଆସନ୍ତା ୨୬ ଓ ୨୭ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି । ଉଭୟ ଉପକୂଳ ଓଡ଼ିଶା ଓ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ମଧ୍ୟମ ଧରଣର ବର୍ଷା ସହିତ ଘଣ୍ଟା ପ୍ରତି ୪୫ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ପାଣିପାଗ ବିଭାଗ ହଳଦିଆ ରଙ୍ଗ (ସଜାଗ ରହିବା ପାଇଁ) ସତର୍କ ସୂଚନା ଦେଇଛି ।
ପାଣିପାଗବିତ୍‍ଙ୍କ ପୂର୍ବାନୁମାନ ଅନୁସାରେ, ରବିବାର ଠାରୁ ମୟୂରଭଂଜ, ଅନୁଗୁଳ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ସମ୍ୱଲପୁର, ଝାରସୁଗୁଡା, ସୋନପୁର, ବୌଦ୍ଧ, ବରଗଡ,ବଲାଙ୍ଗୀର, ଗଞ୍ଜାମ, ନୂଆପଡା, କନ୍ଧମାଳ ଓ କଳାହାଣ୍ଡିର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ଅନ୍ୟ ଅଞ୍ଚଳରେ ପାଗ ଶୁଖିଲା ରହିବ । ତେବେ ୨୫ ତାରିଖ ବେଳକୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.