ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

0

ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜକୁ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବରେ ଗଢିତୋଳିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଯାଇଛି।

ସେହିପରି ନୂଆକରି ରାଜ୍ୟ ସରକାର ଗଢିଥିବା ୯ ଗୋଟି ମେଡିକାଲ କଲେଜ ଗୁଡିକର ଭିତ୍ତିଭୂମିର ବିକାଶ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଥିଲେ। ଏତଦ୍‌ବ୍ୟତୀତ ୫ ଗୋଟି ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ୬ ଗୋଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ କାର୍ଯ୍ୟ ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ । ଝାରସୁଗୁଡା ଠାରେ ହୃଦରୋଗ ଯତ୍ନ ଡାକ୍ତରଖାନା, କଟକ ଶିଶୁଭବନରେ ପି.ଜି. ଛାତ୍ରଛାତ୍ରୀଙ୍କ ପାଇଁ ମଲ୍ଟି ୟୁଟିଲିଟି କମ୍ପ୍ଲେକ୍ସ , ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲର ଲିନାକ ବ୍ଲକ, କ୍ୟାପିଟାଲ ହସ୍‌ପିଟାଲର ବିକାଶ ତଥା ପିଜିଆଇ ଭାବରେ ଗଢିବା ଏବଂ ବରଗଡ କ୍ୟାନସର ହସ୍‌ପିଟାଲ ଆଦିର ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।

ସ୍ବାସ୍ଥ୍ୟସେବାର ଗୁରୁତ୍ବକୁ ଦୃଷ୍ଟିରେ ରଖି ଏହିସବୁ ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବା ସହିତ ଏଥିରେ ସଂପୃକ୍ତ ବିଭିନ୍ନ ବିଭାଗ ସେମାନଙ୍କ ଦାୟିତ୍ବକୁ ଉତ୍ତମ ସମନ୍ବୟ ରକ୍ଷା କରି ନିର୍ବାହ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଅନ୍ୟାନ୍ୟ ବିଷୟ ମାନଙ୍କ ମଧ୍ୟରେ ନୂଆକରି ଖୋଲିବାକୁ ଥିବା ମେଡିକାଲ କଲେଜ ଗୁଡିକର ଅଧ୍ୟାପକ ପଦବୀ ତଥା ପେରିଫେରୀ ଡ଼ାକ୍ତରଖାନା ର ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଆଦି ପଦବୀ ପୂରଣ ଏବଂ ଚିକିତ୍ସା ଊପକରଣ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା । ଓପିଏସି ପକ୍ଷରୁ ପ୍ରାୟ ୨୦୦୦ରୁ ଅଧିକ ଡାକ୍ତର, ଦନ୍ତ ଚିକିତ୍ସକ ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇବ ବୋଲି ଜଣାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଅଧିକରୁ ଅଧିକ ସାଧାରଣ ଲୋକ ଯେପରି ସୁବିଧା ପାଇପାରିବେ,ସେ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର, ଅର୍ଥ ବିଭାଗର ପ୍ରମୁଖ ସଚିବ ଶ୍ରୀ ଅଶୋକ ମୀନା ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ ଶ୍ରୀ କିଷନ କୁମାର ଭିତ୍ତିଭୂମି ବିକାଶ ସଂପର୍କରେ ଉପସ୍ଥାପନା ଦେଇଥିଲେ ।

Leave A Reply

Your email address will not be published.