ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଏବେ ଘର ପାଖେ ସବୁ ସୁବିଧା

0
  • ଲୋକାର୍ପିତ ହେଲା ୩୦୦୦ ମୋ ସେବା କେନ୍ଦ୍ର ଓ ଓଡ଼ିଶା ଅନ୍ ଲାଇନ୍ ପୋର୍ଟାଲ
  • ଘରପାଖରେ ଲୋକଙ୍କୁ ସେବା ଯୋଗାଇବା ପାଇଁ ଯୁଗାନ୍ତକାରୀ ପଦକ୍ଷେପ
  • ସେବା ଓ ସମ୍ମାନ ସରକାରଙ୍କର ମୁଳମନ୍ତ୍ର, ସବୁ ପଞ୍ଚାୟତରେ ଖୋଲିବ ମୋ ସେବା କେନ୍ଦ୍ର
  • ୮୦୦୦ ଯୁବକ ଯୁବତୀଙ୍କପାଇଁ ଆତ୍ମ ନିଯୁକ୍ତି ସୁଯୋଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ‘ମୋ ସେବାକେନ୍ଦ୍ର’ ଓ ଓଡ଼ିଶା ଅନ୍ ଲାଇନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି। ‘୫ଟି’ ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ବ କରାଯାଇଛି। ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଦିବସ ଅବସରରେ ସରକାର ଆଜିର ଦିନକୁ ରାଜ୍ୟ, ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଭାବରେ ପାଳନ କରୁଥିବା ଅବସରରେ ମୁଖ୍ୟମନ୍ତ୍ରୀ ଏଭଳି ବଡ଼ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୁଳମନ୍ତ୍ର। ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏହି ଲକ୍ଷ୍ୟ ନେଇ ଆମର “ ମୋ ସରକାର”   କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସାଧାରଣ ଲୋକ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ ତା ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି।

ବିଜୁବାବୁଙ୍କ ଚିନ୍ତାଧାରା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁବାବୁ ଚାହୁଁଥିଲେ ଟେକ୍ନୋଲୋଜିର ସୁବିଧା ଗାଁ ଗାଁ ରେ ପହଞ୍ଚୁ। ବିଜ୍ଞାନର ସୁଫଳ ସାଧାରଣ ଲୋକର ସେବାରେ ଉପଯୋଗ ହେଉ। ତାର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୋ ସେବାକେନ୍ଦ୍ର ଏ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ।ଏହି କେନ୍ଦ୍ର ଦ୍ବାରା ସାଧାରଣ ଲୋକ ନିଜ ଘର ପାଖରେ ବିଭିନ୍ନ ପ୍ରକାରର ସରକାରୀ ସୁବିଧା ପାଇପାରିବେ। ଏଥିପାଇଁ ସେମାନଙ୍କୁ ଆଉ ବାରମ୍ବାର ଅଫିସ ଯିବାର ଆବଶ୍ୟକତା ରହିବ ନାହିଁ।

ମୁଖ୍ୟମନ୍ତ୍ରୀ କହିଥିଲେ ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ ସେବାକେନ୍ଦ୍ର ଖୋଲାଯିବ। ଏହାଦ୍ବାରା ୮୦୦୦ ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ। ସେହିପରି ସହରବାସୀ ତଥା କମ୍ପ୍ୟୁଟର ଜାଣିଥିବା ଲୋକମାନଙ୍କ ପାଇଁ ଓଡ଼ିଶା ଅନ୍‌ ଲାଇନ୍ ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଦୁଇ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ, ଅଗଷ୍ଟ ୨୦୧୯ଦିନ ‘୫ଟି’ ଉପକ୍ରମର ଶୁଭାରମ୍ଭ ଉଦ୍‌ଘାଟନ ସମୟରେ ମୁଖ୍ୟମନ୍ତ୍ରୀ  ସରକାରୀ ଅଫିସକୁ ବିଭିନ୍ନ ସେବା ପାଇବାପାଇଁ ଲୋକଙ୍କୁ ବାରମ୍ବାର ଯିବାରୁ ମୁକ୍ତିଦେବାରେ ୫ଟି ଉପକ୍ରମ ଏକ ଯୁଗାନ୍ତକାରୀ ପଦକ୍ଷେପ ହେବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହାକୁ ମୁଖ୍ୟମନ୍ତ୍ରୀଙ୍କର ଏକ ଐତିହାସିକ ପଦକ୍ଷେପ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାଦ୍ବାରା ସମାଜର ସବୁ ବର୍ଗର ଲୋକ ଉପକାର ପାଇବେ ବୋଲି ମତ ଦେଇଥିଲେ।

‘ମୋ ସେବାକେନ୍ଦ୍ର’ର ସୁବିଧା ନେଇଥିବା କୋଣାର୍କ, ହିଞ୍ଜିଳି, ଅତାବିରା, ନବରଙ୍ଗପୁର, ଭଦ୍ରକ ଓ ଗଜପତିର ହିତାଧିକାରୀମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ମତବିନିମୟ କରିଥିଲେ।ସେମାନେ ରାଜ୍ୟସରକାରଙ୍କ ଏହି କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା  କରିଥିଲେ। ମୁଖ୍ୟମନ୍ତୀଙ୍କ ସଚିବ ‘୫ଟି’ ଭି.କେ.ପାଣ୍ଡିୟାନ୍‌ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

ସୂଚନା ପ୍ରଯୁକ୍ତି ବିଭାଗର ସଚିବ ମନୋଜ ମିଶ୍ର କାର୍ଯ୍ୟକ୍ରମ ସଂପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରେ ସ୍ଥାନୀୟ ସାଂସଦ ଓ ବିଧାୟକମାନଙ୍କ ସମେତ ବିଭାଗୀୟ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.