ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ସୁରକ୍ଷିତ ରକ୍ତ ପରୀକ୍ଷା: ଆଗରେ ସମ୍

0

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ସ୍ୱାସ୍ଥ୍ୟ ଅନୁଷ୍ଠାନ ଭାବେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍‌
ହସ୍ପିଟାଲ୍‌ର ପୋଷ୍ଟ ଗ୍ରାଜୁଏଟ୍ ଡିପାର୍ଟମେଣ୍ଟ ଅଫ୍ ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ରେ ସୁରକ୍ଷିତ ରକ୍ତ ଅର୍ନ୍ତକ୍ଷେପଣ ନିମନ୍ତେ ଆଇଡି- ନାଟ୍ ବ୍ଲଡ୍ ସ୍କ୍ରିନିଂ ବ୍ୟବସ୍ଥା ଆରମ୍ଭ କରାଯାଇଛି। ଏହି ଇଣ୍ଡିଭିଜୁଆଲ୍ ଡୋନର୍ ନ୍ୟୁକ୍ଲିକ୍ ଏସିଡ୍ ଟେଷ୍ଟିଂ (ଆଇଡି-ନାଟ୍‌) ମେସିନ୍‌କୁ ସମ୍ ହସ୍ପିଟାଲ୍‌ରେ ଓଡ଼ିଶାର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଉଦ୍‌ଘାଟନ କରିଥିଲେ। ମନ୍ତ୍ରୀ କହିଥିଲେ, ଏହା ରକ୍ତ ପରୀକ୍ଷା ଏବଂ ରୋଗୀଙ୍କୁ ସୁରକ୍ଷିତ ଭାବେ ରକ୍ତ ଟ୍ରାନ୍ସଫ୍ୟୁଜନ୍ କ୍ଷେତ୍ରରେ ଉଚ୍ଚକୋଟୀର କାର୍ଯ୍ୟ କରିପାରିବ।

ଷ୍ଟେଟ୍ ବ୍ଲଡ ଟ୍ରାନ୍ସଫ୍ୟୁଜନ୍ କାଉନ୍‌ସିଲ୍‌ର ନିର୍ଦ୍ଦେଶକ ଡ. ଉର୍ମିଳା ମିଶ୍ର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନିଜ ବକ୍ତବ୍ୟରେ କହିଥିଲେ ଯେ ବ୍ଲଡ ବ୍ୟାଙ୍କଗୁଡ଼ିକ ଦ୍ୱାରା ୫ ପ୍ରକାରର ରକ୍ତ ସ୍କ୍ରିନିଂ କରାଯାଇଥାଏ।ଏଚ୍‌ଆଇଭି, ହେପାଟାଇଟିସ୍ -ବି, ହେପାଟାଇଟିସ୍‌-ସି, ମାଲେରିଆ ଏବଂ ଭିଡିଆର୍‌ଏଲ୍ ନିମନ୍ତେ ଏହି ସ୍କ୍ରିନିଂ କରାଯାଏ। ସୁରକ୍ଷିତ ରକ୍ତ ପ୍ରଦାନ ଆମର ସବୁଠାରୁ ବଡ ଉଦ୍ଦେଶ୍ୟ ଥିବା ବେଳେ ଅତ୍ୟାଧୁନିକ ବ୍ୟବସ୍ଥା ବିନା ରକ୍ତରେ ଥିବା ଭାଇରସ୍ ଚିହ୍ନଟ କରିବା ଖୁବ୍ କଷ୍ଟକର ବୋଲି ସେ କହିଥିଲେ।

ଏହି ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) କୁଳପତି ପ୍ରଫେସର ଡ. ଅଶୋକ କୁମାର ମହାପାତ୍ର କହିଥିଲେ ଯେ ଏହି ମେସିନ୍‌ର ଖୁବ୍ ଉପଯୋଗିତା ରହିଛି ଏବଂ ବହୁ ସଂଖ୍ୟକ ରୋଗୀଙ୍କ ପାଇଁ ଏହା ଉପକାରୀ ହେବ। ଏହାର ଅଧିକ ବ୍ୟବହାର ଆବଶ୍ୟକତା ରହିଛି। ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର ଗଙ୍ଗାଧର ସାହୁ, ମେଡିକାଲ୍ ଅଧୀକ୍ଷକ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ବିଭୁଦେନ୍ଦୁ ପତି ଏବଂ ଆସୋସିଏଟ୍ ପ୍ରଫେସର ଡ. ଗିରିଜା ନନ୍ଦିନୀ କାନୁନ୍‌ଗୋ ବକ୍ତବ୍ୟ ରଖିଥିଲେ।

ଏହି ମେସିନ ଯୋଗାଉଥିବା କମ୍ପାନି ହେମୋଜେନୋମିକ୍ସର ଉପସଭାପତି ସଂଗୀତ ଗୋପାଳ କିନି ମେସିନ୍ ସମ୍ବନ୍ଧରେ ସୂଚନା ଦେଇ କହିଥିଲେ ଯେ ଆଇଡି – ନାଟ ରକ୍ତରେ ଥିବା ଏଚ୍‌ଆଇଭି, ହେପାଟାଇଟିସ୍‌-ବି ଏବଂ ହେପାଟାଇଟିସ୍‌-ସି ଭାଇରସ୍ କୁ ଉଇଣ୍ଡୋ ପିରିଅଡ ମଧ୍ୟରେ ଚିହ୍ନଟ କରିବାକୁ ସକ୍ଷମ । ଏହା ଫଳରେ ଚିହ୍ନଟ କରିବାର ସମୟକୁ କମ୍ କରାଯାଇପାରେ।

Leave A Reply

Your email address will not be published.